ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ପ୍ରଦୀପ ମୀରାସେ କହିଛନ୍ତି, ଓରାଙ୍ଗ୍‌ଉଟାନମାନଙ୍କୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ବଳୟ ଭିତରେ ରଖାଯାଇଛି। ସେମାନେ ଏବେ କ୍ୱାରେଣ୍ଟାଇନ୍‌ରେ ରହିଛନ୍ତି, ସେମାନଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଆସନ୍ତା ୧୦ଦିନ ପରେ ସେମାନଙ୍କ ଡିଏନ୍‌ଏ ପରୀକ୍ଷା କରାଯିବ। ରକ୍ତ ନମୁନା ନେବା ପୂର୍ବରୁ ନ୍ୟାଶନାଲ ଜୁ’ ଅଥରିଟି ସହିତ ବିଚାରବିମର୍ଶ କରାଯିବ ବୋଲି ଉପନିର୍ଦ୍ଦେଶକ କହିଛନ୍ତି। ତେବେ ଏହି ଡିଏନ୍‌ଏ ପରୀକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସାଧାରଣତଃ ଏହି ପରୀକ୍ଷା ବଂଶ ପରିଚୟ ଜାଣିବା ପାଇଁ ହୋଇଥାଏ। ହେଲେ ଏହି ପ୍ରାଣୀମାନେ ଓଡ଼ିଶା କିମ୍ବା ଭାରତରେ ଦେଖିବାକୁ ମିଳନ୍ତି ନାହିଁ। ତେଣୁ ଉକ୍ତ ଓରାଙ୍ଗଉଟାନମାନଙ୍କ କିଭଳି ବଂଶ ପରିଚୟ ଜଣାପଡ଼ିବ ବୋଲି ପ୍ରଶ୍ନ ଉଠିଛି। ଏ ନେଇ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍‌) ପ୍ରେମ କୁମାର ଝା କହିଛନ୍ତି। ସାଧାରଣତଃ ୩ ପ୍ରକାର ବଂଶଧର ଯଥା ବୋର୍ନିଅନ୍‌, ସୁମାତ୍ରାନ୍‌ ଏବଂ ତାପାନୁଲି ଓରାଙ୍ଗ୍‌ଉଟାନ ଦେଖିବାକୁ ମିଳିଥାନ୍ତି। ଉଦ୍ଧାର ଓରାଙ୍ଗ୍‌ଉଟାନ କେଉଁ ବଂଶଧରର ଜାଣିବା ପାଇଁ ଡିଏନ୍‌ଏ ଟେଷ୍ଟ କରାଯିବାକୁ ରହିଛି।
ଅନ୍ୟପକ୍ଷରେ ବାଲେଶ୍ୱରରେ କଳାରଙ୍ଗର ‘ଥାର’ ଗାଡ଼ିର ଅନୁସନ୍ଧାନ କରାଯିବା ସହିତ ନିକଟସ୍ଥ ଲୋକଙ୍କୁ ପଚରାଉଚରା କରାଯାଉଛି। ଏହାସହିତ ନ୍ୟାଶନାଲ ଜୁ’ ଅଥରିଟି, ଡବ୍ଲ୍ୟୁସିସିବି ଏବଂ ଏସ୍‌ଟିଏଫ୍‌ ପକ୍ଷରୁ ତଦନ୍ତ କରାଯାଉଛି। ଏହି ଆନ୍ତଃରାଜ୍ୟ ଚୋରା ଚାଲାଣ ପଛରେ କେଉଁମାନଙ୍କ ପ୍ରଚ୍ଛନ୍ନ ହାତ ରହିଛି ସେମାନଙ୍କୁ ଖୋଜି ବାହାର କରାଯିବ, ସେମାନଙ୍କୁ ଛଡ଼ାଯିବ ନାହିଁ ବୋଲି ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ୫ଜଣ ଯାକ ଓରାଙ୍ଗଉଟାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବା ପାଇଁ ସ୍ବତନ୍ତ୍ର ଚିକିତ୍ସକ ଦଳ ନିୟୋଜିତ ଅଛନ୍ତି। ସେମାନଙ୍କ ଅବସ୍ଥା ଭଲ ଅଛି। ଡିଏନ୍‌ଏ ଟେଷ୍ଟ କରିବା ସମୟ ଆସିନାହିଁ। ନ୍ୟାଶନାଲ ଜୁ’ ଅଥରିଟିଙ୍କ ନିର୍ଦ୍ଦେଶକ୍ରମେ ସେସବୁ ସମୟ ଭିତରେ କରାଯିବ ବୋଲିି ମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri