ଆପୋସ ସମାଧାନ କରି ଅଦାଲତଙ୍କୁ ଜଣାଅ

କଟକ ଅଫିସ,୨।୯: ରାଜ୍ୟରେ ବେସରକାରୀ ସ୍କୁଲ ଫି’ ବୃଦ୍ଧି ପ୍ରସଙ୍ଗରେ ଆଗତ ମାମଲାର ମଙ୍ଗଳବାର ଶୁଣାଣି କରି ଆପୋସ ସମାଧାନ ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ହାଇକୋର୍ଟ କହିଛନ୍ତି। ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଅଭିଭାବକ ମହାସଂଘ, ଶିକ୍ଷକ ଓ ବେସରକାରୀ ସ୍କୁଲ ପ୍ରତିନିଧିଙ୍କୁ ନେଇ ବୈଠକ କରି ଆପୋସ ସମାଧାନ କରିବାକୁ କୁହାଯାଇଛି। ବୈଠକରେ ଯାହା ବି ନିଷ୍ପତ୍ତି ନିଆଯିବ ସେ ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଇକୋର୍ଟରେ ଆସନ୍ତା ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ ବେସରକାରୀ ସ୍କୁଲ ଫି’ ବୃଦ୍ଧି ପ୍ରସଙ୍ଗରେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରାଯାଇଥିଲା। ରାଜ୍ୟରେ କୋଭିଡ୍‌-୧୯ ଭଳି ମହାମାରୀ ସମୟରେ ଘରୋଇ ସ୍କୁଲ୍‌ଗୁଡ଼ିକରେ ଟ୍ୟୁଶନ ଫି’ ଛାଡ଼ କରିବାକୁ ନିର୍ଦ୍ଦେଶ ଦେବାକୁ ଆବେଦନ କରାଯାଇଥିଲା। ଉକ୍ତ ଆବେଦନର ଶୁଣାଣି କରି ହାଇକୋର୍ଟ ଗଣଶିକ୍ଷା ସଚିବଙ୍କୁ ଏକ ବୈଠକ ଡକାଇ ଆପୋସ ବୁଝାମଣା ଭିତ୍ତିରେ ସମସ୍ୟାର ସମାଧାନ କରିବାକୁ କହିଛନ୍ତି। ବୈଠକରେ ଶିକ୍ଷକ ସଂଘର ସଦସ୍ୟ, ଘରୋଇ ସ୍କୁଲର ଅଧିକାରୀ ଏବଂ ଅଭିଭାବକ ମହାସଂଘର ପ୍ରତିନିଧି ଉପସ୍ଥିତ ରହି କେତେ ପରିମାଣର ଟ୍ୟୁଶନ ଫି’ ଛାଡ଼ କରାଯାଇପାରିବ ସେନେଇ ସହମତି ଭିତ୍ତିରେ ଆଲୋଚନା କରିବାକୁ କୁହଯାଇଛି। ପୂର୍ବରୁ ସିବିଏସ୍‌ଇ, ଆଇସିଏସ୍‌ଇ ଏବଂ ରାଜ୍ୟ ସରକାର ପାଠ୍ୟକ୍ରମ କମାଇଛନ୍ତି। ସବୁ ସ୍ଥାନରେ ଅନ୍‌ଲାଇନ ପାଠପଢ଼ା ମଧ୍ୟ ବ୍ୟବସ୍ଥିତ ଢଙ୍ଗରେ କରାଯାଇପାରୁ ନାହିଁ। ତେଣୁ ସମସ୍ତ ବିଷୟକୁ ବିଚାର କରି ସମସ୍ୟାର ସମାଧାନ କରିବାକୁ ଅଦାଲତ କହିଛନ୍ତି ବୋଲି ଆବେଦନକାରୀଙ୍କ ଓକିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri