Posted inଜାତୀୟ

ବିପଦ ଟଳି ନାହିଁ ! କଶ୍ମୀରରେ ୩୦୦ ଆତଙ୍କବାଦୀ ସକ୍ରିୟ-ଅନୁପ୍ରବେଶ ପାଇଁ ୧୬୦ ପ୍ରସ୍ତୁତ…

ଶ୍ରୀନଗର,୨୨।୧୧ : ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ଗତ କିଛି ବର୍ଷ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୁରକ୍ଷା ବାହିନୀଙ୍କ ମିଳିତ ଅପରେଶନରେ ବହୁ ସଂଖ୍ୟକ ଆତଙ୍କବାଦୀ ନିହତ ହୋଇଛନ୍ତି, କିନ୍ତୁ ଏହା ପରେ ମଧ୍ୟ ଉପତ୍ୟକାରେ ୩୦୦ରୁ ଅଧିକ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ମଙ୍ଗଳବାର ନର୍ଥ କମାଣ୍ଡର ଜେନେରାଲ ଅଫିସର କମାଣ୍ଡିଂ-ଇନ-ଚିଫ ଉପେନ୍ଦ୍ର ଦ୍ୱିବେଦୀ ଏହି ସୂଚନା ପ୍ରଦାନ କରିଛନ୍ତି।

ଏହା ବ୍ୟତୀତ ୧୬୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଲଞ୍ଚ ପ୍ୟାଡରେ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଆତଙ୍କବାଦୀମାନେଏଲଏସି ନିକଟରେ ତାଲିମ ନେଉଛନ୍ତି। ସେମାନେ ଯେକୌଣସି ସମୟରେ ଅନୁପ୍ରବେଶ କରିବାକୁ ସୁଯୋଗକୁ ଅପେକ୍ଷା କରି ବସିଛନ୍ତି। ଜାମ୍ମୁ-କଶ୍ମୀରର ପରିସ୍ଥିତି ନିୟନ୍ତ୍ରଣରେ ରହିଛି ଏବଂ ବହୁ ଆତଙ୍କବାଦୀ ଚିହ୍ନଟ ହୋଇଛନ୍ତି।

ତେବେ ବହୁ ସଂଖ୍ୟାରେ ଆତଙ୍କବାଦୀ ସକ୍ରିୟ ଥିବା ସେ ସ୍ବୀକାର କରିଛନ୍ତି। ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୧୩୦ ଜଣ ପିର ପଞ୍ଜାଲ ରେଞ୍ଜ୍‌ରେ ଅଛନ୍ତି। ଏଥି ସହିତ ପିର ପଞ୍ଜଲ ରେଞ୍ଜର ଦକ୍ଷିଣରୁ ୩୦ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ସେ କହିଛନ୍ତି ଯେ ଆମର ସୂଚନା ଅନୁଯାୟୀ ୮୨ଜଣ ପାକିସ୍ତାନୀ ଆତଙ୍କବାଦୀ ଏବଂ ୫୩ ଜଣ ସ୍ଥାନୀୟ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ଏହା ବ୍ୟତୀତ ୧୭୦ ଅଜ୍ଞାତ ଆତଙ୍କବାଦୀ ଅଛନ୍ତି।

ପାକିସ୍ତାନରେ ତାଲିମ ନେଇଥିବା ଆତଙ୍କବାଦୀମାନେ ବର୍ତ୍ତମାନ ପିସ୍ତଲ, ଗ୍ରେନେଡ ଏବଂ ଡ୍ରଗ୍ସ ନେଇ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ସେମାନେ ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ଛୋଟ ବଡ଼ ଘଟଣା ଘଟାଇବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଆମେ ଏଭଳି କରିବାକୁ ସେମାନଙ୍କୁ ସୁଯୋଗ ଦେବୁ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri