Posted inଜାତୀୟ

ବିପଦ ଟଳି ନାହିଁ ! କଶ୍ମୀରରେ ୩୦୦ ଆତଙ୍କବାଦୀ ସକ୍ରିୟ-ଅନୁପ୍ରବେଶ ପାଇଁ ୧୬୦ ପ୍ରସ୍ତୁତ…

ଶ୍ରୀନଗର,୨୨।୧୧ : ଜମ୍ମୁ-କଶ୍ମୀରର ସୁରକ୍ଷା ବାହିନୀ ଗତ କିଛି ବର୍ଷ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୁରକ୍ଷା ବାହିନୀଙ୍କ ମିଳିତ ଅପରେଶନରେ ବହୁ ସଂଖ୍ୟକ ଆତଙ୍କବାଦୀ ନିହତ ହୋଇଛନ୍ତି, କିନ୍ତୁ ଏହା ପରେ ମଧ୍ୟ ଉପତ୍ୟକାରେ ୩୦୦ରୁ ଅଧିକ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ମଙ୍ଗଳବାର ନର୍ଥ କମାଣ୍ଡର ଜେନେରାଲ ଅଫିସର କମାଣ୍ଡିଂ-ଇନ-ଚିଫ ଉପେନ୍ଦ୍ର ଦ୍ୱିବେଦୀ ଏହି ସୂଚନା ପ୍ରଦାନ କରିଛନ୍ତି।

ଏହା ବ୍ୟତୀତ ୧୬୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଲଞ୍ଚ ପ୍ୟାଡରେ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଆତଙ୍କବାଦୀମାନେଏଲଏସି ନିକଟରେ ତାଲିମ ନେଉଛନ୍ତି। ସେମାନେ ଯେକୌଣସି ସମୟରେ ଅନୁପ୍ରବେଶ କରିବାକୁ ସୁଯୋଗକୁ ଅପେକ୍ଷା କରି ବସିଛନ୍ତି। ଜାମ୍ମୁ-କଶ୍ମୀରର ପରିସ୍ଥିତି ନିୟନ୍ତ୍ରଣରେ ରହିଛି ଏବଂ ବହୁ ଆତଙ୍କବାଦୀ ଚିହ୍ନଟ ହୋଇଛନ୍ତି।

ତେବେ ବହୁ ସଂଖ୍ୟାରେ ଆତଙ୍କବାଦୀ ସକ୍ରିୟ ଥିବା ସେ ସ୍ବୀକାର କରିଛନ୍ତି। ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ୧୩୦ ଜଣ ପିର ପଞ୍ଜାଲ ରେଞ୍ଜ୍‌ରେ ଅଛନ୍ତି। ଏଥି ସହିତ ପିର ପଞ୍ଜଲ ରେଞ୍ଜର ଦକ୍ଷିଣରୁ ୩୦ ଆତଙ୍କବାଦୀ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ସେ କହିଛନ୍ତି ଯେ ଆମର ସୂଚନା ଅନୁଯାୟୀ ୮୨ଜଣ ପାକିସ୍ତାନୀ ଆତଙ୍କବାଦୀ ଏବଂ ୫୩ ଜଣ ସ୍ଥାନୀୟ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ଏହା ବ୍ୟତୀତ ୧୭୦ ଅଜ୍ଞାତ ଆତଙ୍କବାଦୀ ଅଛନ୍ତି।

ପାକିସ୍ତାନରେ ତାଲିମ ନେଇଥିବା ଆତଙ୍କବାଦୀମାନେ ବର୍ତ୍ତମାନ ପିସ୍ତଲ, ଗ୍ରେନେଡ ଏବଂ ଡ୍ରଗ୍ସ ନେଇ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ସେମାନେ ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ଛୋଟ ବଡ଼ ଘଟଣା ଘଟାଇବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଆମେ ଏଭଳି କରିବାକୁ ସେମାନଙ୍କୁ ସୁଯୋଗ ଦେବୁ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri