କରୋନା ଭ୍ୟାକ୍ସିନ ଆସିବା ପରେ ବି ବଦଳାନ୍ତୁ ନାହିଁ ନିଜର ବ୍ୟବହାର: ବିଶେଷଜ୍ଞ

ନୂଆଦିଲ୍ଲୀ,୨ ।୧: ଦେଶରେ କୋଭାସିଲ୍ଡକୁ ବିଶେଷଜ୍ଞ ସମିତି ପକ୍ଷରୁ ଅନୁମତି ମିଳିବା ପରେ ସମସ୍ତେ ଏକ ପ୍ରକାର ଖୁସି ଅଛନ୍ତି କହିଲେ ଚଳେ । ହେଲେ ଏହି ସମୟରେ ବିଶେଷଜ୍ଞମାନେ କହିଛନ୍ତି ଯେ ଟିକା ଆସିବା ପରେ ଲୋକେ ଆଉ ଢିଲା ହୋଇ ଯାଆନ୍ତୁ ନାହିଁ ବା ନିଜ ବ୍ୟବହାରରେ ପରିବର୍ତ୍ତନ କରନ୍ତୁ ନାହିଁ । ଆଇସିଏମ୍‌ଆର୍‌ର ପୂର୍ବତନ ନିର୍ଦ୍ଦେଶକ ଡା. ଆର୍ ଗଙ୍ଗାଖେଡକର କହିଛନ୍ତି, ଆମକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଏକ ଭ୍ୟାକ୍ସିନ ମିଳିଛି ସତ । ହେଲେ ଏହାର ପରିଣାମ କ’ଣ ହେବ ତାହା ଆମକୁ ଜଣା ନାହିଁ । ତେଣୁ ଯେପର୍ଯ୍ୟନ୍ତ ଏହାର ପରିଣାମ ବିଷୟରେ ଜଣା ନାହିଁ ସେପର୍ଯ୍ୟନ୍ତ ଆମକୁ ସତର୍କ ରହିବାକୁ ପଡିବ । ଅନ୍ୟପଟେ ଦିଲ୍ଲୀ ଏମ୍ସର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିୟା କହିଛନ୍ତି, ୨୦୨୧ର ସ୍ୱାଗତ ଖୁସିରେ କରାଯାଇଛି । ଏହାକୁ ଏମିତି ଭାବେ ରଖିବା ଜରୁରୀ । ଦେଶରେ କରୋନା ଟିକାକରଣକୁ ନେଇ ସବୁ ପ୍ରକାର ପ୍ରସ୍ତୁତି ଚାଲିଛି । ଆଉ କିଛିଦିନ ମଧ୍ୟରେ ଟିକାକରଣ ଆରମ୍ଭ ବି ହୋଇଯିବ । ହେଲେ ଏବେଠାରୁ ଆମ ସମସ୍ତଙ୍କୁ ଧ୍ୟାନ ଦେବାକୁ ପଡିବ ସବୁବେଳେ ମାସ୍କ ପିନ୍ଧିବା, ପରସ୍ପର ମଧ୍ୟରେ ଦୂରତା ରକ୍ଷା କରିବା ଇତ୍ୟାଦି । ଟିକାକରଣ ପରେ କୋଭିଡ ଗାଇଡଲାଇନ ଉପରେ କୌଣସି ପ୍ରଭାବ ପଡିବା ଅନୁଚିତ । ଡା. ଆର୍ ଗଙ୍ଗାଖେଡକର କହିଛନ୍ତି ଦେଶରେ କରୋନା ଟିକା ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର କରିବାକୁ ଅନୁମତି ମିଳିଛି । ତେଣୁ କରୋନା କଟକଣାରେ କୌଣସି ଢିଲା କରାଯିବା କଥା ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri