Posted inଜାତୀୟ

ଆତଙ୍କ ସୃଷ୍ଟି କରନାହିଁ

ନୂଆଦିଲ୍ଲୀ, ୧୭ା୫ (ଆଇଏଏନ୍‌ଏସ୍‌): ଛତିଶଗଡ଼ରେ ୨,୦୦୦ କୋଟି ଟଙ୍କାର ମଦ ଦୁର୍ନୀତିର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆତଙ୍କର ବାତାବରଣ ସୃଷ୍ଟି ନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି। ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଏହି ମାମଲାରେ ଅଭିଯୁକ୍ତ କରାଇବା ପାଇଁ ଉଦ୍ୟମ ହେଉଥିବା ରାଜ୍ୟ ସରକାର ଅଭିଯୋଗ କରିବା ପରେ ଜଷ୍ଟିସ୍‌ ଏସ୍‌.କେ. କୌଲ ଏବଂ ଏ. ଅମାନୁଲ୍ଲାଙ୍କ ଖଣ୍ଡପୀଠ ଉପରୋକ୍ତ ପରାମର୍ଶ ଦେଇଛନ୍ତି। ଛତିଶଗଡ଼ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଥିଲେ, ଇଡି ପକ୍ଷରୁ ଅବକାରୀ ଅଧିକାରୀଙ୍କୁ ଧମକ ଦିଆଯାଉଛି। ଆଗକୁ ନିର୍ବାଚନ ଥିବାରୁ ଏଭଳି କରାଯାଉଥିବା ସେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ ଇଡି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁ ସିବଲଙ୍କ ଯୁକ୍ତକୁ ଖଣ୍ଡନ କରିବା ସହ ଇଡି ଦୁର୍ନୀତିର ତଦନ୍ତ କରୁଥିବା କହିଥିଲେ।
ଛତିଶଗଡ଼ ମଦ ଦୁର୍ନୀତି ମାମଲାରେ ଇଡି ମେ’ ୧୨ରେ ଅବକାରୀ ବିଭାଗ ସ୍ବତନ୍ତ୍ର ସଚିବ ଅରୁଣ ପତି ତ୍ରିପାଠୀଙ୍କୁ ଗିରଫ କରିଛି। ଅରୁଣ ଅବକାରୀ ନୀତିରେ ପରିବର୍ତ୍ତନ ଆଣିବାରୁ ୨୦୧୯ରୁ ୨୦୨୨ ମଧ୍ୟରେ ୨,୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇପାରିଥିବା ଦର୍ଶାଇ ମନି ଲଣ୍ଡରିଂ ନିବାରଣ ଆଇନ (ପିଏମ୍‌ଏଲ୍‌ଏ) ବଳରେ ଇଡି ଏହି ମାମଲାର ତଦନ୍ତ ଚଳାଇଛି। ଅରୁଣ ଭାରତୀୟ ଟେକିକମ୍‌ ସେବାରୁ ଆସି ଛତିଶଗଡ଼ ସରକାରଙ୍କ ଅଧୀନରେ ୭ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ଛତିଶଗଡ଼ ଷ୍ଟେଟ୍‌ ମାର୍କେଟିଂ କୋଅପରେଶନ ଲିଃ (ସିଏସ୍‌ଏମ୍‌ସିଏଲ୍‌) ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅରୁଣଙ୍କୁ ରାଜ୍ୟ ସରକାର ଅବକାରୀ ବିଭାଗରେ ସ୍ବତନ୍ତ୍ର ସଚିବ ଦାୟିତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?