ପାରୋଲରେ ଯାଇଥିବା କଏଦୀଙ୍କୁ ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ…

ନୂଆଦିଲ୍ଲୀ, ୨୯।୧ : କରୋନା ମହାମାରୀ ସଙ୍କଟ ସମୟରେ ପାରୋଲରେ ଘରକୁ ଯାଇଥିବା କଏଦୀଙ୍କୁ ଶୀଘ୍ର ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ ବୋଲି ସୁପ୍ରିମ୍‌କୋର୍ଟ କେରଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ କଏଦୀଙ୍କୁ ଘରକୁ ଛାଡ଼ି ଦେବା ଉଚିତ ବୋଲି ଶୀର୍ଷ କୋର୍ଟ କହିଛନ୍ତି।

ବିଚାରପତି ନାଗେଶ୍ୱର ରାୟ ଏବଂ ବି.ଆର୍‌. ଗଓ୍ବଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ଜେଲ ଅବା ବାହାରେ ଥିବା କଏଦୀଙ୍କ ପ୍ରତି କୌଣସି ଦଣ୍ଡାତ୍ମକ ପଦକ୍ଷେପ ଗ୍ରହଣ ନ କରିବାକୁ ସୁପ୍ରିମ୍‌କୋର୍ଟ ପରାମର୍ଶ ଦେଇଛନ୍ତି। ମହାମାରୀର ସଙ୍କଟ ଜନକ ସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି।

ପାରୋଲରେ ଯାଇଥିବା କଏଦୀଙ୍କୁ ଫେରାଇ ଆଣିବା ପୂର୍ବରୁ ଜେଲର ସ୍ଥିତିି ଯାଞ୍ଚ୍‌ କରିନେବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି।

୧୪ ବର୍ଷ ଜେଲ୍‌ ଦଣ୍ଡ ଭୋଗୀ ସାରିଥିବା ଡେଲ୍ଫି ନାମକ ଜଣେ ଏକଦୀଙ୍କୁ ୧୪ ଦିନିଆ ପରୋଲରେ ଛଡ଼ା ଯାଇଥିଲା। ଏହାପରେ ୨୦୨୧ ମେ’ ୭ରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡେଲ୍ଫିଙ୍କ ପାରୋଲ ସୀମାକୁ ୩୦ ଦିନ ବଢ଼ାଇ ଦିଆଯାଇଥିଲା। ଏହା ପରେ ଜୁଲାଇ ୧୬, ଅଗଷ୍ଟ ୬, ଅଗଷ୍ଟ ୨୩ ଏବଂ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଡେଲ୍ଫିଙ୍କ ପାରୋଲ ବଢ଼ାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ତାଙ୍କୁ ଆତ୍ମସମର୍ପଣ ଲାଗି ଜେଲ୍‌ କର୍ତ୍ତୃପକ୍ଷ ବାଧ୍ୟ କରିଥିଲେ। ଏନେଇ ଡେଲ୍ଫ୍‌ି ଶୀର୍ଷକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri