ଅବହେଳା ନ କରିବାକୁ ତାଗିଦ

ଅନୁଗୋଳ ଅଫିସ,୨୩ା୮: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଦେଶ ଅନୁଯାୟୀ ସ୍ବଚ୍ଛ ଓ ନିର୍ଭୁଲ ଭୋଟର ତାଲିକା ପ୍ରକାଶନ ନିମନ୍ତେ ଗତ ୧ ତାରିଖଠାରୁ ଆଧାର ନମ୍ବର ପଞ୍ଜୀକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଅନୁଗୋଳ ଉପଜିଲାପାଳ ତଥା ନିର୍ବାଚନ ଅଧିକାରୀ ବାଇତୁରା ଦିପଙ୍କ ଅଧ୍ୟକ୍ଷତାରେ ଅନୁଗୋଳ ଓ ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଭୋଟରଙ୍କ ଆଧାର ନମ୍ବର ସହିତ ସତ୍ୟତା ପ୍ରତିପାଦନ ନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ଚାଲିଛି। ଏଥି ନିମନ୍ତେ ଅନୁଗୋଳ, ବଅଁରପାଳ ଓ ଛେଣ୍ଡିପଦା ବ୍ଳକ୍‌ର ସମସ୍ତ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କୁ ସମ୍ପୃକ୍ତ ଅଧିକାରୀ, ତହସିଲଦାର ଓ ସିଡିପିଓ ଅଗଷ୍ଟ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ତାଲିମ ଦେଇଛନ୍ତି। ଏଥିରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅନଲାଇନ୍‌ ଗରୁଡ ଆପ୍‌ ଭୋଟର ହେଲପ୍‌ ଲାଇନ୍‌ ବିଷୟରେ ତାଲିମ ପ୍ରଦାନ କରାଯାଇଛି। ଏକ ସ୍ବତନ୍ତ୍ର ଅଭିଯାନ ମାଧ୍ୟମରେ ଚଳିତ ମାସ ଅଗଷ୍ଟ ୩୧ ତାରିଖ ସୁଦ୍ଧା ସମସ୍ତ ଭୋଟରଙ୍କ ଆଧାର ନମ୍ବର ସହିତ ପଞ୍ଜୀକରଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ଅଭିଯାନରୁ ଯେପରି କେହି ବାଦ୍‌ ନ ପଡନ୍ତି ସେଥିନିମନ୍ତେ ନିଷ୍ଠାର ସହ ଦାୟିତ୍ୱ ନିର୍ବାହ କରିବାକୁ ଉପଜିଲାପାଳ ପରାମର୍ଶ ଦେଇଛନ୍ତି।
ପ୍ରକାଶ ଯେ, ଗତ ୧୯ ତାରିଖରେ ଉପଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ବୁଥ୍‌ ସ୍ତରୀୟ ସେକ୍ଟର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅଧିକାରୀ, ସୁପରଭାଇଜର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ସିଡିପିଓମାନଙ୍କୁ ଏକ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇ ଏହି ସ୍ବତନ୍ତ୍ର ଅଭିଯାନର ସମୀକ୍ଷା କରାଯାଇଥିଲା। ଏହି ୨ ନିର୍ବାଚନମଣ୍ଡଳୀରେ ଶତ ପ୍ରତିଶତ କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିବା ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କୁ ଉପଜିଲାପାଳ ଶୁଭେଚ୍ଛା ଜଣାଇବା ସହ ଦାୟିତ୍ୱରେ ଅବହେଳା ନ କରିବା ନିମନ୍ତେ ତାଗିଦ୍‌ କରିଥିଲେ। ନିର୍ଦ୍ଧାରିତ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କଲେ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ତାଗିଦ୍‌ କରାଯାଇଥିଲା। ଏଥିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲାପାଳ ସୁକାନ୍ତ କୁମାର ସାହୁ ଓ ସେକ୍ସନ ଅଫିସର ସୁବାସ ଚନ୍ଦ୍ର ପ୍ରଧାନ ଅଂଶଗ୍ରହଣ କରି ସମସ୍ତ ଛାତ୍ରୀଛାତ୍ର ତଥା ଅଧ୍ୟାପିକା ଅଧ୍ୟାପକଙ୍କୁ ପ୍ରଶିକ୍ଷଣ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri