ଅବହେଳା ନ କରିବାକୁ ତାଗିଦ

ଅନୁଗୋଳ ଅଫିସ,୨୩ା୮: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଦେଶ ଅନୁଯାୟୀ ସ୍ବଚ୍ଛ ଓ ନିର୍ଭୁଲ ଭୋଟର ତାଲିକା ପ୍ରକାଶନ ନିମନ୍ତେ ଗତ ୧ ତାରିଖଠାରୁ ଆଧାର ନମ୍ବର ପଞ୍ଜୀକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଅନୁଗୋଳ ଉପଜିଲାପାଳ ତଥା ନିର୍ବାଚନ ଅଧିକାରୀ ବାଇତୁରା ଦିପଙ୍କ ଅଧ୍ୟକ୍ଷତାରେ ଅନୁଗୋଳ ଓ ଛେଣ୍ଡିପଦା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ଭୋଟରଙ୍କ ଆଧାର ନମ୍ବର ସହିତ ସତ୍ୟତା ପ୍ରତିପାଦନ ନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ଚାଲିଛି। ଏଥି ନିମନ୍ତେ ଅନୁଗୋଳ, ବଅଁରପାଳ ଓ ଛେଣ୍ଡିପଦା ବ୍ଳକ୍‌ର ସମସ୍ତ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କୁ ସମ୍ପୃକ୍ତ ଅଧିକାରୀ, ତହସିଲଦାର ଓ ସିଡିପିଓ ଅଗଷ୍ଟ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ତାଲିମ ଦେଇଛନ୍ତି। ଏଥିରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅନଲାଇନ୍‌ ଗରୁଡ ଆପ୍‌ ଭୋଟର ହେଲପ୍‌ ଲାଇନ୍‌ ବିଷୟରେ ତାଲିମ ପ୍ରଦାନ କରାଯାଇଛି। ଏକ ସ୍ବତନ୍ତ୍ର ଅଭିଯାନ ମାଧ୍ୟମରେ ଚଳିତ ମାସ ଅଗଷ୍ଟ ୩୧ ତାରିଖ ସୁଦ୍ଧା ସମସ୍ତ ଭୋଟରଙ୍କ ଆଧାର ନମ୍ବର ସହିତ ପଞ୍ଜୀକରଣ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ଅଭିଯାନରୁ ଯେପରି କେହି ବାଦ୍‌ ନ ପଡନ୍ତି ସେଥିନିମନ୍ତେ ନିଷ୍ଠାର ସହ ଦାୟିତ୍ୱ ନିର୍ବାହ କରିବାକୁ ଉପଜିଲାପାଳ ପରାମର୍ଶ ଦେଇଛନ୍ତି।
ପ୍ରକାଶ ଯେ, ଗତ ୧୯ ତାରିଖରେ ଉପଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ବୁଥ୍‌ ସ୍ତରୀୟ ସେକ୍ଟର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଅଧିକାରୀ, ସୁପରଭାଇଜର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ସିଡିପିଓମାନଙ୍କୁ ଏକ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇ ଏହି ସ୍ବତନ୍ତ୍ର ଅଭିଯାନର ସମୀକ୍ଷା କରାଯାଇଥିଲା। ଏହି ୨ ନିର୍ବାଚନମଣ୍ଡଳୀରେ ଶତ ପ୍ରତିଶତ କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିବା ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କୁ ଉପଜିଲାପାଳ ଶୁଭେଚ୍ଛା ଜଣାଇବା ସହ ଦାୟିତ୍ୱରେ ଅବହେଳା ନ କରିବା ନିମନ୍ତେ ତାଗିଦ୍‌ କରିଥିଲେ। ନିର୍ଦ୍ଧାରିତ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କଲେ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ତାଗିଦ୍‌ କରାଯାଇଥିଲା। ଏଥିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟର ସହକାରୀ ଜିଲାପାଳ ସୁକାନ୍ତ କୁମାର ସାହୁ ଓ ସେକ୍ସନ ଅଫିସର ସୁବାସ ଚନ୍ଦ୍ର ପ୍ରଧାନ ଅଂଶଗ୍ରହଣ କରି ସମସ୍ତ ଛାତ୍ରୀଛାତ୍ର ତଥା ଅଧ୍ୟାପିକା ଅଧ୍ୟାପକଙ୍କୁ ପ୍ରଶିକ୍ଷଣ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?