ହିତାଧିକାରୀଙ୍କୁ ମିଳୁନି ବାର୍ଦ୍ଧକ୍ୟ ଭତ୍ତା: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଦିଗପହଣ୍ଡି,୩୦ା୯: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତର ବଜ୍ରଗୁମ୍ମା, ଢେପାପେଣ୍ଠ, ଚୌଧୁରୀ ଟିକରପଡ଼ା ଆଦି ଗ୍ରାମର ବହୁ ସଂଖ୍ୟକ ହିତାଧିକାରୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ସାମାଜିକ କର୍ମୀ ଇଂ. ଉତ୍ତମ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ବହୁସଂଖ୍ୟକ ମହିଳା ଓ ପୁରୁଷ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବିଡିଓ ହଳଧର ଶବରଙ୍କ ଅନୁପସ୍ଥିତିରେ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ କିରାଣି ତ୍ରିନାଥ ଶବରଙ୍କୁ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଥିଲେ। ପଞ୍ଚାୟତ ଅଧୀନ ଗାଁରେ ପ୍ରକୃତ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରା ନ ଯାଇ ଦଳୀୟ ବାଛ ବିଚାର କରାଯାଇ ହିତାଧିକାରୀ ଚିହ୍ନଟ କରାଯାଉଛି। ପଲ୍ଲୀସଭା, ଗ୍ରାମସଭା କରା ନ ଯାଇ ଚାଟୁକାରିତାକୁ ପ୍ରାଧାନ୍ୟ ଦେଇ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ସଭ୍ୟ ସମର୍ଥକ ବିଭିନ୍ନ ଜନକଲ୍ୟାଣ ଯୋଜନାରେ ସାମିଲ କରାଯାଉଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ବିଜୁ ପକ୍କାଘର ଯୋଜନା, ପାଇଖାନା,ଗୁହାଳ ଘର ନର୍ମାଣ ଯୋଜନା, ରାଶନକାର୍ଡ ପ୍ରଦାନରେ ଚଞ୍ଚକତା କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଉଛି। ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା ପାଇଁ ବହୁ ସଂଖ୍ୟକ ହିତାଧିକାରୀ ବାରମ୍ବାର ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଦରଖାସ୍ତ କଲେ ମଧ୍ୟ ସେମାନଙ୍କୁ ଭତ୍ତା ଦିଆଯାଉନି। ଦାୟିତ୍ୱରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ କିମ୍ବା ସରପଞ୍ଚ ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ଏନେଇ ବିଡିଓଙ୍କୁ ପଚାରିବାରୁ ପ୍ରଥମ ପର୍ଯ୍ୟାୟରେ ୭୦ ବର୍ଷରୁ ଊଦ୍ଧର୍‌ବ ପ୍ରକୃତ ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯାଇ ଭତ୍ତା ପ୍ରଦାନ ନିମନ୍ତେ ତାଲିକା ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନର ଅନୁମୋଦନ ନିମନ୍ତେ ପଠାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri