ହିତାଧିକାରୀଙ୍କୁ ମିଳୁନି ବାର୍ଦ୍ଧକ୍ୟ ଭତ୍ତା: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଦିଗପହଣ୍ଡି,୩୦ା୯: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତର ବଜ୍ରଗୁମ୍ମା, ଢେପାପେଣ୍ଠ, ଚୌଧୁରୀ ଟିକରପଡ଼ା ଆଦି ଗ୍ରାମର ବହୁ ସଂଖ୍ୟକ ହିତାଧିକାରୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ସାମାଜିକ କର୍ମୀ ଇଂ. ଉତ୍ତମ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ବହୁସଂଖ୍ୟକ ମହିଳା ଓ ପୁରୁଷ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବିଡିଓ ହଳଧର ଶବରଙ୍କ ଅନୁପସ୍ଥିତିରେ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ କିରାଣି ତ୍ରିନାଥ ଶବରଙ୍କୁ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଥିଲେ। ପଞ୍ଚାୟତ ଅଧୀନ ଗାଁରେ ପ୍ରକୃତ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରା ନ ଯାଇ ଦଳୀୟ ବାଛ ବିଚାର କରାଯାଇ ହିତାଧିକାରୀ ଚିହ୍ନଟ କରାଯାଉଛି। ପଲ୍ଲୀସଭା, ଗ୍ରାମସଭା କରା ନ ଯାଇ ଚାଟୁକାରିତାକୁ ପ୍ରାଧାନ୍ୟ ଦେଇ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ସଭ୍ୟ ସମର୍ଥକ ବିଭିନ୍ନ ଜନକଲ୍ୟାଣ ଯୋଜନାରେ ସାମିଲ କରାଯାଉଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ବିଜୁ ପକ୍କାଘର ଯୋଜନା, ପାଇଖାନା,ଗୁହାଳ ଘର ନର୍ମାଣ ଯୋଜନା, ରାଶନକାର୍ଡ ପ୍ରଦାନରେ ଚଞ୍ଚକତା କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଉଛି। ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା ପାଇଁ ବହୁ ସଂଖ୍ୟକ ହିତାଧିକାରୀ ବାରମ୍ବାର ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଦରଖାସ୍ତ କଲେ ମଧ୍ୟ ସେମାନଙ୍କୁ ଭତ୍ତା ଦିଆଯାଉନି। ଦାୟିତ୍ୱରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ କିମ୍ବା ସରପଞ୍ଚ ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ଏନେଇ ବିଡିଓଙ୍କୁ ପଚାରିବାରୁ ପ୍ରଥମ ପର୍ଯ୍ୟାୟରେ ୭୦ ବର୍ଷରୁ ଊଦ୍ଧର୍‌ବ ପ୍ରକୃତ ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍‌ଶୀଘ୍ର ଚିହ୍ନଟ କରାଯାଇ ଭତ୍ତା ପ୍ରଦାନ ନିମନ୍ତେ ତାଲିକା ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନର ଅନୁମୋଦନ ନିମନ୍ତେ ପଠାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri