ଆନ୍ତଃରାଜ୍ୟ ପରିବହନ ବନ୍ଦ କରନାହିଁ

ନୂଆଦିଲ୍ଲୀ, ୨୩।୮: ଅନ୍‌ଲକ୍‌ ୩ ବା କରୋନାଜନିତ ଲକ୍‌ଡାଉନ କଟକଣା କୋହଳ ହେବାର ତୃତୀୟ ପର୍ଯ୍ୟାୟରେ ଆନ୍ତଃରାଜ୍ୟ କିମ୍ବା ରାଜ୍ୟ ଭିତରେ ଜନସାଧାରଣଙ୍କ ଯାତାୟାତ ଓ ମାଲ୍‌ ପରିବହନ ଉପରେ କେନ୍ଦ୍ରୀୟ ଗାଇଡ୍‌ଲାଇନରେ କୌଣସି କଟକଣା ଲାଗୁ ହୋଇନାହିଁ। ତେଣୁ ଆନ୍ତଃରାଜ୍ୟ ଯାତାୟାତ ଓ ପରିବହନ ବନ୍ଦ ନ କରିବା ପାଇଁ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ କୁମାର ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଶନିବାର ପତ୍ର ଲେଖି ଏହା ମନେ ପକାଇଦେଇଛନ୍ତି।
ଅନେକ ରାଜ୍ୟର ଜିଲାସ୍ତରୀୟ ଅଧିକାରୀମାନେ ପରିବହନ ଉପରେ କଟକଣା ଜାରି କରୁଥିବା ଜଣାପଡିଛି। ଏହାଦ୍ୱାରା ଯୋଗାଣ ଶୃଙ୍ଖଳ ପ୍ରଭାବିତ ହେବା ସହ ଆର୍ଥିକ କାର୍ଯ୍ୟକଳାପ ଓ ନିଯୁକ୍ତି ବାଧାପ୍ରାପ୍ତ ହେଉଛି ବୋଲି ପତ୍ରରେ ଉଲ୍ଲେଖ କରାଯାଇଛି। ଗମନାଗମନ ଓ ସାମଗ୍ରୀ ପରିବହନ ପାଇଁ ପୃଥକ ଅନୁମତି କିମ୍ବା ଇ-ପର୍‌ମିଟ୍‌ର ଆବଶ୍ୟକତା ନାହିଁ ବୋଲି ଗାଇଡ୍‌ଲାଇନର ପାରାଗ୍ରାଫ୍‌ ୫ରେ କୁହାଯାଇଥିଲା। ରାଜ୍ୟଗୁଡ଼ିକ ଯଦି କଟକଣା ଜାରି କରନ୍ତି ତେବେ ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ବ୍ୟବସ୍ଥା ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କରିଥିବା ଗାଇଡ୍‌ଲାଇନର ଉଲ୍ଲଂଘନ ହେବ ବୋଲି ଭାଲ୍ଲା ସତର୍କ କରାଇଦେଇଛନ୍ତି। ଯଦି ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳ କୌଣସି କଟକଣା ଲଗାଇଥାନ୍ତି, ତେବେ ତାକୁ ତୁରନ୍ତ ପ୍ରତ୍ୟାହାର ସହ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗାଇଡ୍‌ଲାଇନ ପାଳନ କରିବାକୁ ସେ ଆହ୍ବାନ ଦେଇଛନ୍ତି। ଲକ୍‌ଡାଉନର ପ୍ରଥମ ଦୁଇମାସ ସୀମାପାର ଯାତାୟାତ ଓ ମାଲ୍‌ ପରିବହନ ବନ୍ଦ ରହିଥିଲା।
ମେ’ ଆରମ୍ଭରୁ କଟକଣା କୋହଳ କରାଯାଇ ରାଜ୍ୟ ଭିତରେ ଯାତାୟାତ ଓ ମାଲ୍‌ ପରିବହନକୁ ଅନୁମତି ଦିଆଯାଇଥିଲା। ଜୁଲାଇରେ ଅନ୍‌ଲକ୍‌ ୩ ଗାଇଡ୍‌ଲାଇନ ଘୋଷଣା ସହ ଆନ୍ତଃରାଜ୍ୟ ଏବଂ ରାଜ୍ୟ ଭିତରେ ଗମନାଗମନ ଓ ମାଲ୍‌ ପରିବହନ ଉପରୁ କଟକଣା ସମ୍ପୂର୍ଣ୍ଣ ହଟାଇ ଦିଆଯାଇଥିଲା । ଏଥିପାଇଁ ଅଲଗା ଅନୁମତି କିମ୍ବା ଇ-ପର୍‌ମିଟ୍‌ର ଆବଶ୍ୟକତା ନାହିଁ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri