ଆନ୍ତଃରାଜ୍ୟ ପରିବହନ ବନ୍ଦ କରନାହିଁ

ନୂଆଦିଲ୍ଲୀ, ୨୩।୮: ଅନ୍‌ଲକ୍‌ ୩ ବା କରୋନାଜନିତ ଲକ୍‌ଡାଉନ କଟକଣା କୋହଳ ହେବାର ତୃତୀୟ ପର୍ଯ୍ୟାୟରେ ଆନ୍ତଃରାଜ୍ୟ କିମ୍ବା ରାଜ୍ୟ ଭିତରେ ଜନସାଧାରଣଙ୍କ ଯାତାୟାତ ଓ ମାଲ୍‌ ପରିବହନ ଉପରେ କେନ୍ଦ୍ରୀୟ ଗାଇଡ୍‌ଲାଇନରେ କୌଣସି କଟକଣା ଲାଗୁ ହୋଇନାହିଁ। ତେଣୁ ଆନ୍ତଃରାଜ୍ୟ ଯାତାୟାତ ଓ ପରିବହନ ବନ୍ଦ ନ କରିବା ପାଇଁ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ କୁମାର ଭାଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଶନିବାର ପତ୍ର ଲେଖି ଏହା ମନେ ପକାଇଦେଇଛନ୍ତି।
ଅନେକ ରାଜ୍ୟର ଜିଲାସ୍ତରୀୟ ଅଧିକାରୀମାନେ ପରିବହନ ଉପରେ କଟକଣା ଜାରି କରୁଥିବା ଜଣାପଡିଛି। ଏହାଦ୍ୱାରା ଯୋଗାଣ ଶୃଙ୍ଖଳ ପ୍ରଭାବିତ ହେବା ସହ ଆର୍ଥିକ କାର୍ଯ୍ୟକଳାପ ଓ ନିଯୁକ୍ତି ବାଧାପ୍ରାପ୍ତ ହେଉଛି ବୋଲି ପତ୍ରରେ ଉଲ୍ଲେଖ କରାଯାଇଛି। ଗମନାଗମନ ଓ ସାମଗ୍ରୀ ପରିବହନ ପାଇଁ ପୃଥକ ଅନୁମତି କିମ୍ବା ଇ-ପର୍‌ମିଟ୍‌ର ଆବଶ୍ୟକତା ନାହିଁ ବୋଲି ଗାଇଡ୍‌ଲାଇନର ପାରାଗ୍ରାଫ୍‌ ୫ରେ କୁହାଯାଇଥିଲା। ରାଜ୍ୟଗୁଡ଼ିକ ଯଦି କଟକଣା ଜାରି କରନ୍ତି ତେବେ ବିପର୍ଯ୍ୟୟ ପରିଚାଳନା ଆଇନ, ୨୦୦୫ର ବ୍ୟବସ୍ଥା ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କରିଥିବା ଗାଇଡ୍‌ଲାଇନର ଉଲ୍ଲଂଘନ ହେବ ବୋଲି ଭାଲ୍ଲା ସତର୍କ କରାଇଦେଇଛନ୍ତି। ଯଦି ରାଜ୍ୟ କିମ୍ବା କେନ୍ଦ୍ରଶାସିତ ଅଞ୍ଚଳ କୌଣସି କଟକଣା ଲଗାଇଥାନ୍ତି, ତେବେ ତାକୁ ତୁରନ୍ତ ପ୍ରତ୍ୟାହାର ସହ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗାଇଡ୍‌ଲାଇନ ପାଳନ କରିବାକୁ ସେ ଆହ୍ବାନ ଦେଇଛନ୍ତି। ଲକ୍‌ଡାଉନର ପ୍ରଥମ ଦୁଇମାସ ସୀମାପାର ଯାତାୟାତ ଓ ମାଲ୍‌ ପରିବହନ ବନ୍ଦ ରହିଥିଲା।
ମେ’ ଆରମ୍ଭରୁ କଟକଣା କୋହଳ କରାଯାଇ ରାଜ୍ୟ ଭିତରେ ଯାତାୟାତ ଓ ମାଲ୍‌ ପରିବହନକୁ ଅନୁମତି ଦିଆଯାଇଥିଲା। ଜୁଲାଇରେ ଅନ୍‌ଲକ୍‌ ୩ ଗାଇଡ୍‌ଲାଇନ ଘୋଷଣା ସହ ଆନ୍ତଃରାଜ୍ୟ ଏବଂ ରାଜ୍ୟ ଭିତରେ ଗମନାଗମନ ଓ ମାଲ୍‌ ପରିବହନ ଉପରୁ କଟକଣା ସମ୍ପୂର୍ଣ୍ଣ ହଟାଇ ଦିଆଯାଇଥିଲା । ଏଥିପାଇଁ ଅଲଗା ଅନୁମତି କିମ୍ବା ଇ-ପର୍‌ମିଟ୍‌ର ଆବଶ୍ୟକତା ନାହିଁ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?