ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ ୩ ଘଣ୍ଟା ପରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ ଓ ସମବାୟ ସମିତି ଉପନିବନ୍ଧକ ଶିବ ପ୍ରସାଦ ସ୍ବାଇଁ ଧାରଣାସ୍ଥଳକୁ ଆସି ଚାଷୀଙ୍କ ସହ ଆଲୋଚନା କରିଥିଲେ। ଶନିବାର ପୂର୍ବାହ୍ନ ୧୦ଟାରୁ ସବୁ ମଣ୍ଡିର ଧାନ ଉଠାଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ପୂର୍ବାହ୍ନ ୧୦ଟାରୁ ମଣ୍ଡିରୁ ଧାନ ନ ଉଠିଲେ ୧୧ଟାରୁ ପୁଣି ଜିଲାପାଳ କାର୍ଯ୍ୟାଳୟ ଘେରାଉ କରି ରାଜରାସ୍ତା ଅବରୋଧ କରାଯିବ ବୋଲି ଚାଷୀ ଚେତାବନୀ ଦେଇଛନ୍ତି। ଆନ୍ଦୋଳନରେ ବିଜୁ ଜନତା ଦଳ ଜିଲା ସଭାପତି ତଥା ଜିଲା ପରିଷଦ ଅବନୀ ରଞ୍ଜନ ଯୋଶୀ, ଆଦିବାସୀ ନେତା ତଥା ଜିଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝି, ସଦର ବ୍ଲକ ଉପାଧ୍ୟକ୍ଷ ଦିଲିପ ନିର୍ମଲକର, ଗରିବ ସେନା ଜିଲା ଆବାହକ ରବି ମଙ୍ଗରାଜ, ଚାଷୀ ନେତା ମନୋଜ କୁମାର ସାହୁ, ଜିଲା ଯୁବ କଂଗ୍ରେସ ସଭାପତି ଅମିତ କୁମାର ଅହିର, ପ୍ରାଥମିକ କୃଷି ସମବାୟ ସମିତି ସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ଶତାଧିକ ଚାଷୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?