Posted inଜାତୀୟ

କାମ କର ନଚେତ୍‌ ଅନ୍ୟକୁ ବାଟ ଛାଡ଼

ନୂଆଦିଲ୍ଲୀ,୫।୧୨(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ରବିବାର ଦଳ ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ନେତାମାନେ ଦଳ ପାଇଁ କାମ କରନ୍ତୁ, ନହେଲେ ଅନ୍ୟମାନଙ୍କୁ ବାଟ ଛାଡ଼ିଦିଅନ୍ତୁ ବୋଲି ଖାର୍ଗେ ବୈଠକରେ କଡ଼ା ବାର୍ତ୍ତା ଦେଇଛନ୍ତି। ସେହିପରି ଉପରୁ ତଳ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକର୍ତ୍ତା ଉତ୍ତରଦାୟୀ ରହିବା ଉପରେ ଦଳ ଅଧ୍ୟକ୍ଷ ଗୁରୁତ୍ୱାରୋପ କରିଛନ୍ତି। ଦଳର ଅଧିବେଶନ ଫେବୃୟାରୀ ମଧ୍ୟଭାଗରେ ଛତିଶଗଡ଼ର ରାୟପୁରରେ ଅନୁଷ୍ଠିତ ହେବା ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି।

କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଜାନୁୟାରୀ ୨୬ରେ ଶେଷ ହେବାକୁ ଥିବାବେଳେ ଲୋକଙ୍କ ସହ ଯୋଡ଼ିହୋଇ ରହିବା ଲାଗି ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ‘ହାତରେ ହାତ ଯୋଡ଼’ ଅଭିଯାନ ଚାଲିବ। ଏହି ସମୟରେ ଗାଁରୁ ବ୍ଲକ୍‌ ଏବଂ ଜିଲା ସ୍ତର ପର୍ଯ୍ୟନ୍ତ ପଦଯାତ୍ରା ହୋଇ ରାଜ୍ୟ ମୁଖ୍ୟାଳୟରେ ସାଧାରଣ ସଭାରେ ଶେଷ ହେବ। ଏହି ଯାତ୍ରାରେ ମୁଖ୍ୟ ବାର୍ତ୍ତା ରାହୁଲ ଗାନ୍ଧୀ ଦେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅଭିଯୋଗ ପତ୍ର ଦିଆଯିବ। ଏଥିସହିତ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନେତୃତ୍ୱରେ ସାରା ଦେଶରେ ମହିଳା କଂଗ୍ରେସ କର୍ମୀମାନେ ରାଜ୍ୟସ୍ତରରେ ଶୋଭାଯାତ୍ରା କରିବେ।

ପ୍ରାରମ୍ଭିକ ଉଦ୍‌ବୋଧନରେ ଖାର୍ଗେ ସାଂଗଠନିକ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ଦଳର ପ୍ରଭାରୀମାନେ ମାସକୁ ଅନୂ୍ୟନ ୧୦ ଦିନ ସେମାନଙ୍କ ଦାୟିତ୍ୱରେ ଥିବା ରାଜ୍ୟ ଗସ୍ତ କରିବାକୁ କୁହାଯାଇଛି। ଜନ ଆନ୍ଦୋଳନ ଆୟୋଜନ କରି ଲୋକଙ୍କ ପ୍ରସଙ୍ଗ ଉଠାଇବା ନିମନ୍ତେ ୩୦ରୁ ୯୦ ଦିନ ମଧ୍ୟରେ କାର୍ଯ୍ୟଖସଡ଼ା ଦାଖଲ ନିମନ୍ତେ ଖାର୍ଗେ ରାଜ୍ୟ ପ୍ରଭାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୪ରେ ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକ ପାଇଁ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ କଂଗ୍ରେସ ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri