Posted inଖେଳ

କ୍ରିକେଟର ଯାଦୁଗର ଡନ ବ୍ରାଡ୍‌ମ୍ୟାନ୍‌ କେତୋଟି ଛକା ମାରିଥିଲେ ଜାଣନ୍ତି କି

ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ କ୍ରିକେଟର ଏକ ପରିଚିତ ନାମ। ୧୯୦୮, ଅଗଷ୍ଟ ୨୭ରେ ଅଷ୍ଟ୍ରେଲିଆରେ ଜନ୍ମିତ ଏହି ମହାନ୍‌ କ୍ରିକେଟର ୧୯୨୮ରେ ବ୍ରିସ୍‌ବେନ୍‌ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୨୦ ବର୍ଷ ଲମ୍ବା କ୍ରିକେଟ କ୍ୟାରିୟରେ ସେ ଅନେକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ୫୨ ଟେଷ୍ଟ ଖେଳି ୯୯.୯୨ ହାରରେ ୬୯୯୬ ରନ୍‌ କରିଥିଲେ। ସେଥିମଧ୍ୟରେ ୨୯ଟି ଶତକ ଅନ୍ତର୍ଭୁକ୍ତ ଥିଲା। ଟେଷ୍ଟ କ୍ୟାରିୟରରେ ସେ ମାତ୍ର ୬ଟି ଛକା ମାରିଥିଲେ। ଇଂଲଣ୍ଡ ବିପକ୍ଷରେ ୫ଟି ଏବଂ ଭାରତ ବିପକ୍ଷରେ ଗୋଟିଏ ଛକା ମାରିଥିଲେ। ୧୯୩୧ରେ ସେ ଇଂଲଣ୍ଡ ବିପକ୍ଷରେ ମାତ୍ର ୨୨ଟି ବଲ୍‌ ଖେଲି ଶତକ ଅର୍ଜନ କରିଥିଲେ। ସେ ମାତ୍ର ୩ ଓଭରରେ ଏହା ହାସଲ କରିଥିଲେ। କାରଣ ସେତେବେଳେ ଓଭର ପିଛା ୮ ବଲ୍‌ ପକାଯାଉଥିଲା। ଏହି କ୍ରମରେ ବ୍ରାଡ୍‌ମ୍ୟାନ୍‌ ୨୪ଟି ବଲ୍‌ ମଧ୍ୟରୁ ୨୨ଟି ବଲ୍‌ରେ ଶତକ ହାସଲ କରିଥିଲେ। ବ୍ରାଡ୍‌ମ୍ୟାନ୍‌ ମାତ୍ର ୧୨ ବର୍ଷ ବୟସରେ ପ୍ରଥମ ଶତକ ହାସଲ କରିଥିଲେ। ୧୯୨୦-୨୧ରେ ବୋଭରଲ ସ୍କୁଲ ପକ୍ଷରୁ ଖେଲି ସେ ଅପରାଜିତ ୧୧୫ରନ୍‌ କରିଥିଲେ। ଖୁବ୍‌ କମ୍‌ ଲୋକ ଜାଣନ୍ତି ବ୍ରାଡ୍‌ମ୍ୟାନ୍‌ କ୍ରିକେଟରୁ ଅବସର ନେବା ପରେ ଅମ୍ପୟାର୍‌ ଟେଷ୍ଟରେ ମଧ୍ୟ ପାସ୍‌ ହୋଇଥିଲେ। କିନ୍ତୁ ସେ କେବେ ଅମ୍ପାୟରିଂ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri