ଜାଣନ୍ତି କି ଗୋଟିଏ ଘଣ୍ଟାରେ ହାର୍ଟରେ କେତେଥର ହୁଏ ସ୍ପନ୍ଦନ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହାର ଓଜନ ହେଉଛି ମାତ୍ର ୩୦୦-୪୦୦ ଗ୍ରାମ୍‌। ତିନିଗୋଟି ସ୍ତରର ଗୋଟିଏ ଛୋଟିଆ ରକ୍ତ ସଞ୍ଚାଳନ ପମ୍ପ ରୂପେ କମ୍ପନ କରୁଥିବା ହୃତ୍‌ପିଣ୍ଡଟି ଗର୍ଭ ସଞ୍ଚାରଣର ମାତ୍ର ୪-୫ ସପ୍ତାହରୁ ନିରବଚ୍ଛିନ ଭାବେ ମଣିଷ ବଞ୍ଚତ୍ଥିବା ଯାଏ କାର୍ଯ୍ୟ କରୁଥାଏ। ହୃତ୍‌ପିଣ୍ଡ ବନ୍ଦ ହେଲେ ଲୋକଟି ମୃତ୍ୟୁମୁଖରେ ପଡ଼ିଥାଏ ଏବଂ ମୃତ୍ୟୁ ହେଲେ ହୃତ୍‌ପିଣ୍ଡଟି ବନ୍ଦ ହୋଇଯାଏ। ମାତ୍ର ୧୨ ସେମି ଲମ୍ବ, ୮.୫ ସେମି ଓସାର ଓ ୬ ସେମି ମୋଟା ବିଶିଷ୍ଟ ହୃଦ୍‌ଯନ୍ତ୍ର ପ୍ରତି ମିନିଟ୍‌ରେ ହାରାହାରି ୭୨ ଥର (୬୦-୮୦), ପ୍ରତି ଘଣ୍ଟାରେ ୪୩୨୦ ଥର, ଗୋଟିଏ ଦିନରେ ଲକ୍ଷେ ଚାରିହଜାର ଥର ସ୍ପନ୍ଦିତ (ସଙ୍କୁଚିତ ଓ ପ୍ରସାରିତ) ହୋଇଥାଏ। ଏହାଦ୍ୱାରା ଶରୀରର ସମସ୍ତ ଅଙ୍ଗକୁ ରକ୍ତ ସଞ୍ଚାଳନ ହୋଇଥାଏ। ଗୋଟିଏ ହୃତ୍‌ପିଣ୍ଡ ପ୍ରତ୍ୟେକ ସ୍ପନ୍ଦନ ପାଇଁ ଏହା ୦.୮ ସେକେଣ୍ଡ ନେଇଥାଏ ଓ ସଙ୍କୋଚନ ପାଇଁ ଯେତିକି ସମୟ ନିଏ, ପ୍ରସାରଣ ପାଇଁ ତା’ଠାରୁ ଅଢ଼େଇ ଗୁଣ ସମୟ ନେଇଥାଏ। ଅର୍ଥାତ୍‌, ହୃତ୍‌ପିଣ୍ଡ ଯେତିକି ସମୟ ସଙ୍କୁଚିତ ହୁଏ ତା’ ତୁଳନାରେ ଅଢ଼େଇରୁ ୩ ଗୁଣ (ପ୍ରସାରିତ) ବିଶ୍ରାମ ନେଇଥାଏ। ତେଣୁ ଏହା ଉପରେ କାର୍ଯ୍ୟଭାର କିଛି ମାତ୍ରାରେ କମ୍‌ ହୋଇଥାଏ। ହୃତ୍‌ପିଣ୍ଡର ସଙ୍କୋଚନ ସମୟରେ ହେଉଥିବା ବଳ ଦ୍ୱାରା ରକ୍ତ ସଞ୍ଚାରଣ ହୋଇଥାଏ ଏବଂ ଏହା ଧମନୀରେ ରକ୍ତଚାପ ସୃଷ୍ଟି କରିଥାଏ, ଯାହା ସାଧାରଣତଃ ୧୨୦ ମିମି ପାରଦର ଚାପ ସହ ସମାନ। ସେହିପରି ଡାଇଷ୍ଟୋଲ୍‌ ସମୟରେ ରକ୍ତଚାପ ସାଧାରଣତଃ ୮୦ ମିମି ପାରଦ ହୋଇଥାଏ। ଏହି ସମୟରେ ପଲ୍‌ସ ପ୍ରେସର (ନାଡ଼ି ଚାପ) ଏହି ଦୁଇ ଚାପର ତଫାତ ଅର୍ଥାତ୍‌ ୪୦ ମିମି ପାରଦ ହୋଇଥାଏ। ରକ୍ତଚାପ ବୃଦ୍ଧି ହେଲେ ଏହା ମଧ୍ୟ ଅସୁବିଧା ହୋଇଥାଏ। ମେଦବହୁଳତା, ଶାରୀରିକ ପରିଶ୍ରମର ଅଭାବ, ଆପେକ୍ଷିକ ଲବଣ, ଧୂମପାନ, ମାନସିକ ଚାପ, ବିଷାଦ ଓ ଆହୁରି ଅନେକ କାରଣରୁ ହୃଦ୍‌ରୋଗର ଆଶଙ୍କା ଅଧିକ ଥାଏ। ହୃଦ୍‌ଜନିତ ସମସ୍ୟା ଥରେ ଜଣାପଡ଼ିଲେ ଏଥିପାଇଁ ନିୟମିତ ଔଷଧ ସେବନ ଓ ଡାକ୍ତରୀ ପରାମର୍ଶର ଆବଶ୍ୟକତା ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri