Posted inଫୁରସତ

‘ମହିଳାଙ୍କ ‘ନା’ର ଅର୍ଥ କଣ ଜାଣନ୍ତି? ଯଦି ନୁହେଁ ତେବେ ଦେଖନ୍ତୁ ପୋଲିସର ଏହି ଭିଡିଓ

ନୂଆଦିଲ୍ଲୀ: ଯଦି ଆପଣ ଶାହାରୁଖ ଖାନ୍‌ଙ୍କ ଫିଲ୍ମ ‘ଡର୍‌’ ଦେଖିଥିବେ, ତେବେ ଆପଣଙ୍କୁ ଏହାର ଗୀତ ‘ତୁ ହାଁ କର୍‌ ୟା ନାଁ କର୍‌, ତୁ ହେ ମେରି କିରନ୍‌’ ମନେ ଥିବ। ସେଭଳି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ଚଳଚ୍ଚିତ୍ର ‘ପିଙ୍କ’ରେ ମଧ୍ୟ ଏକ ଡାଏଲଗ୍‌ ‘ନୋ ମିନ୍ସ ନୋ/ନା ମାନେ ନା’ ବେଶ ଭାଇରାଲ ହୋଇଥିଲା। ଏହି ଦୁଇ କଥାକୁ ନେଇ ଉତ୍ତରପ୍ରଦେଶ ପୋଲିସ ଏକ ଟୁଇଟ୍‌ କରିଛି। ଏହା ଏବେ ବେଶ ଭାଇରାଲ ହେଉଛି। ମହିଳାଙ୍କ ସୁରକ୍ଷାକୁ ନେଇ କରାଯାଇଥିବା ଏହି ଭିଡିଓକୁ ଲୋକେ ବେଶ୍‌ ପସନ୍ଦ ମଧ୍ୟ କରୁଛନ୍ତି।

କଥାଟି ଏପରି। ଆଜିକାଲିର ସମୟରେ ମହିଳାଙ୍କ ଉପରେ ଅତ୍ୟାଚାର ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ୟୁପି ପୋଲିସ ନୂଆ ଉପାୟ ଆପଣାଇଛି। ତଦନୁଯାୟୀ ଲୋକଙ୍କ ନିକଟରେ ଭିନ୍ନ ବାର୍ତ୍ତା ପହଞ୍ଚାଯାଇଛି।

ୟୁପି ପୋଲିସ ଟୁଇଟ୍‌ କରି ଲୋକଙ୍କୁ ‘କିରଣର ନା’ର ଅର୍ଥ କ’ଣ’ ବୋଲି ପଚାରିଥିଲା। ଏଥିସହ ଶେୟାର କରାଯାଇଥିବା ଭିଡିଓରେ ଗୀତ ଏବଂ ଡାଏଲଗ୍‌ ପରେ ଏକ ବାର୍ତ୍ତା ରହିଛି। କିରଣଙ୍କ ନା’ର ଅର୍ଥ ନା ହୋଇଥାଏ ବୋଲି କୁହାଯାଇଛି। ଏଥିରୁ ସ୍ପଷ୍ଟ ହୋଇଛି ଯେତେବେଳେ ମହିଳାଙ୍କ ସହମତି ନ ଥାଏ, ସେତେବେଳେ ପୁରୁଷଙ୍କୁ ତାର ନା’ର ସମ୍ମାନ କରିବା ଉଚିତ। ଏହି ଭିଡିଓ ଏବେ ବେଶ୍‌ ଭାଇରାଲ ହେଉଛି। ଲୋକମାନେ ଏହାକୁ ଶେୟାର କରିବା ସହ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ଦେଶର ସବୁଠାରୁ ବଡ ଭୋଟର ପରିବାର, ୧୦-୨୦ ନୁହେଁ ଗୋଟିଏ ପରିବାରରେ ଭୋଟରଙ୍କ ସଂଖ୍ୟା ଶହେରେ

ଗୁଆହାଟି,୧୫।୪: ଲୋକ ସଭା ନିର୍ବାଚନ ୨୦୨୪ରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ଆସାମରେ ଏକ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri