ଶୋଇବା ବେଳେ ଏପରି ଭୁଲ କରୁଛନ୍ତି କି? ଜାଣିରଖନ୍ତୁ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବା ନିହାତି ଆବଶ୍ୟକ। କାରଣ ଏହାକୁ ନ ମାନିଲେ ମନ ଭାରାକ୍ରାନ୍ତ ରହିବା ସହ ଭଲ ନିଦ ହୋଇ ନଥାଏ। ଏପରିକି ବେଳେବେଳେ ଏହାର କୁ-ପ୍ରଭାବ ଆମ ଶରୀର ଉପରେ ମଧ୍ୟ ପଡିଥାଏ। ଯେମିତିକି:

* ବାସ୍ତୁଶାସ୍ତ୍ର ଅନୁଯାୟୀ, ଦକ୍ଷିଣ ଦିଗକୁ ମୁଣ୍ଡକରି ଶୋଇଲେ ଖୁସି ଓ ସମୃଦ୍ଧି ବୃଦ୍ଧି ହୋଇଥାଏ ଏବଂ ପୂର୍ବ ଦିଗକୁ ମୁଣ୍ଡକରି ଶୋଇଲେ ସ୍ବାସ୍ଥ୍ୟ ଭଲ ରହିଥାଏ। ଆବଶ୍ୟକ ପଡିଲେ ପଶ୍ଚିମ ଦିଗକୁ ମୁଣ୍ଡକରି ଶୋଇହେବ କିନ୍ତୁ କେବେ ବି ଉତ୍ତର ଦିଗକୁ ମୁଣ୍ଡକରି ଶୋଇବେ ନାହିଁ। କାରଣ ଏହାଦ୍ୱାରା ଶରୀର ରୋଗାଗ୍ରସ୍ତ ହେବା ଓ ଧନହାନି ହେବାର ସମ୍ଭାବନା ରହିଥାଏ।

* ସେହିପରି ଶୋଇଲା ବେଳେ ମୁଣ୍ଡ ପାଖରେ ଖବରକାଗଜ, ବହି, ପତ୍ରପତ୍ରିକା ଆଦି ରଖିବା ଠିକ୍‌ ନୁହେଁ। କାରଣ ଏହାଦ୍ୱାରା ମନରେ ଉତ୍ତେଜନା ସୃଷ୍ଟି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ଅନ୍ୟପକ୍ଷେ ମୋବାଇଲ୍‌ ଫୋନ୍‌, ଲାପ୍‌ଟପ୍‌, ଘଣ୍ଟା ଆଦି ସାମଗ୍ରୀକୁ କେବେ ବି ମୁଣ୍ଡ ପାଖରେ ରଖି ଶୋଇବେ ନାହିଁ। କାରଣ ଏହାର ଅନେକ କୁ-ପ୍ରଭାବ ଆମ ମସ୍ତିଷ୍କ ଉପରେ ପଡିଥାଏ।

* ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ଶଯ୍ୟା ପାଖରେ କେବେ ବି ହେମଦସ୍ତା କିମ୍ବା କୌଣସି ପ୍ରକାରର କୁଟାକୁଟି ଜିନିଷ ରଖିବା ଉଚିତ୍‌ ନୁହେଁ। କାରଣ ଏହାଦ୍ୱାରା ସମ୍ପର୍କରେ ତିକ୍ତତା ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ ରହିଛି।

*ସେହିପରି ଶଯ୍ୟା ସମ୍ମୁଖରେ ଭୁଲ୍‌ରେ କେବେ ବି ଦର୍ପଣ ରଖିବେ ନାହିଁ। କାରଣ ଶୋଇବା ସମୟର ଛବି ଦର୍ପଣରେ ପ୍ରତିଫଳିତ ହେଲେ ବୈବାହିକ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri