ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଡାକ୍ତର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୭: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣକୁ ନେଇ ସାଧାରଣ ଜନତା ଭୟଭିତ ଅଛନ୍ତି। ଅନ୍ୟପଟେ ଏହି ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗ୍ରେଟର ନଏଡାର ଜଣେ ସର୍ଜନ ନିଜ ଜୀବନକୁ ବାଜି ଲାଗାଇ ଦେଇଛନ୍ତି। ଶାରଦା ଦେବୀ ସ୍କୁଲ ଅଫ୍‌ ମେଡିକାଲ ସାଇନସେସ୍‌ ଆଣ୍ଡ ରିସର୍ଚ୍ଚ ସେଣ୍ଟରରେ ସର୍ଜରୀ ବିଭାଗର ମୁଖ୍ୟ ଡାକ୍ତର ବିକ୍ରମ ସିଂ ଚୌହାନ ଏମରଜେନ୍ସିରେ ରୋଗୀଙ୍କର ସର୍ଜରୀ କରୁଥିଲେ। ଆଉ ଏହାରି ଭିତରେ ସେ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହାପରେ ତାଙ୍କର ୯ ମାସର ଗର୍ଭବତୀ ପତ୍ନୀ ଓ ୭ ବର୍ଷର ପୁଅ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ତେବେ ଗତ ସପ୍ତାହରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିବା ବେଳେ ସେ ମଧ୍ୟ କରୋନାରେ ସଂକ୍ରମିତ ହୋଇ ଏନ୍‌ଆଇସିୟୁରେ ଭର୍ତ୍ତି ହୋଇଛି। ସୂଚନାଯୋଗ୍ୟ, ୧୦ ଦିନ ପୂର୍ବରୁ ସେଠାକୁ ଆସିଥିବା ଜଣେ ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ଦେଖି ପିପିଇ କିଟ୍‌ ନ ପିନ୍ଧି ଡାକ୍ତର ଚୌହାନ ତାଙ୍କର ସର୍ଜରୀ କରି ଦେଇଥିଲେ। ଏହାପରେ ଉକ୍ତ ରୋଗୀ ଜଣକ କରୋନା ପଜିଟିଭ ଥିବା ଜଣାପଡିଥିଲା। ହେଲେ ସେତେବେଳକୁ ଡାକ୍ତର ଓ ତାଙ୍କ ପରିବାର ସଦସ୍ୟ କରୋନାରେ ସଂକ୍ରମିତ ହୋଇ ସାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri