ଡାକ୍ତରଙ୍କୁ ଆକ୍ରମଣ ଘଟଣା: ପ୍ରତିକ୍ରିୟା ରଖି ଡାକ୍ତର କହିଲେ ଅଭିଯୁକ୍ତଙ୍କୁ…

ବରଗଡ଼,୨୦ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ବିଳମ୍ବିତ ରାତିରେ କର୍ତ୍ତବ୍ୟରତ ବା. ସୁଦୀପ୍ତ କୁମାର ରାଉତଙ୍କୁ ଆକ୍ରମଣ ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ତଦନ୍ତ କରୁଥିବା ସୂଚନା ମିଳିଛି। ଅନ୍ୟପଟେ ଆହତ ଡା. ରାଉତ ଆକ୍ରମଣ ଘଟଣାକୁ ନେଇ ନିଜ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ରବିବାର ବିଳମ୍ବିତ ରାତି ପ୍ରାୟ ୨ଟାରେ ଅଭିଯୁକ୍ତ ଜଣକ ଜଣେ ରୋଗୀଙ୍କ ଛାତି ଯନ୍ତ୍ରଣା ହେଉଥିବାରୁ ଚିକିତ୍ସା ପାଇଁ ତାଙ୍କ ପାଖକୁ ଆଣିଥିଲେ। ସ୍ବାସ୍ଥ୍ୟ ପରୀକ୍ଷା କରି ଔଷଧ ଓ ଇଞ୍ଜେକସନ ସେ ପ୍ରେସକ୍ରାଇବଡ୍‌ କରିଥିଲେ। ତେବେ ଇଞ୍ଜେକସନ ନେବା ପାଇଁ ରୋଗୀଙ୍କୁ ସୁରକ୍ଷା କର୍ମୀଙ୍କ ସହିତ ଓ୍ବାର୍ଡକୁ ପଠାଇ ଥିବାବେଳେ ଅଭିଯୁକ୍ତ ଜଣକ ତାଙ୍କ ରକ୍ତଚାପ ଚେକ୍‌ କରିବାକୁ କହିଥିଲେ। ତେବେ ସେ ଅସ୍ଥିର ଏବଂ ତରବରିଆ ଥିବାରୁ ମୁଁ ତାଙ୍କୁ ୫/୧୦ ମିନିଟ୍‌ ବସିବାକୁ ପରାମର୍ଶ ଦେଇଥିଲି। ଏହା ପରେ ଅଭିଯୁକ୍ତ ହଠାତ୍‌ କାଠର ଷ୍ଟୁଲ ଦ୍ୱାରା ତାଙ୍କ ମୁଣ୍ଡ ଉପରେ ୨୩ ଥର ଆକ୍ରମଣ କରିଥିଲେ ଏବଂ ସେଥିରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଡା. ରାଉତ କହିଛନ୍ତି। କିଛିଦିନ ଆଗରୁ ବିଭିନ୍ନ ଦାବି ନେଇ ଚିକିତ୍ସକ ଆସୋସିଏଶନ ଧର୍ମଘଟକୁ ଓହ୍ଲାଇଥିଲେ। ଏହାସତ୍ତ୍ୱେ ଡାକ୍ତରଖାନାରେ କର୍ତ୍ତବ୍ୟରତ ଥିବାବେଳେ ତାଙ୍କ ପ୍ରତି ହୋଇଥିବା ଏଭଳି ଆକ୍ରମଣ ଦୁର୍ଭାଗ୍ୟଜନକ। ଅଭିଯୁକ୍ତଙ୍କୁ ପ୍ରକୃତ ଦଣ୍ଡ ମିଳୁ ବୋଲି ଆହତ ଡା. ରାଉତ ନିଜ ପ୍ରତିକ୍ରିୟାରେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri