କର୍କଟରେ ଆକ୍ରାନ୍ତ ଶିଶୁ ଲାଗି ରଙ୍ଗିନ ପୋଷାକ ପିନ୍ଧି ନାଚିଲେ ଡାକ୍ତର: ଭିଡିଓ ଭାଇରାଲ

କର୍କଟ ଏକ ଗମ୍ଭୀର ରୋଗ। ଏହି ରୋଗରେ ଆକ୍ରାନ୍ତଙ୍କ ମନୋବଳ ବଢ଼ାଇବା ସହ ତାଙ୍କୁ ଖୁସି ରଖିବା ନିତାନ୍ତ ଜରୁରୀ। ତେବେ ଏହି କଥାକୁ ବୁଝିଛନ୍ତି, ୟୁକେର ୱର୍କେଷ୍ଟେରେଶର୍‌ ରୟାଲ ହସ୍ପିଟାଲର ଡାକ୍ତରମାନେ। ଇସୋବେଲ୍‌ ଫ୍ଲେକ୍‌ଚର ନାମକ ପାଞ୍ଚ ବର୍ଷର ଜଣେ ଝିଅ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ଖୁସି କରିବା ପାଇଁ ଡାକ୍ତରମାନେ ସ୍ବତନ୍ତ୍ର ଡ୍ୟାନ୍ସ ପରିବେଷଣ କରିଛନ୍ତି। ଏହା ଦେଖି ଇସୋବେଲ୍‌ ବହୁତ ଖୁସି ହେଉଛନ୍ତି।
ଇସୋବେଲଙ୍କ ରୁମ୍‌ରେ ଡାକ୍ତର ବିୟୋନ୍ସ କମଲରାଜନ ଏବଂ ଏମା ମାଣ୍ଡେର୍‌ ରଙ୍ଗିନ ପୋଷାକ ପିନ୍ଧି ବାଲାଟ ଡ୍ୟାନ୍ସ କରିଥିଲେ। ଦ୍ୱିତୀୟ ଥର ପାଇଁ ଇସାବେଲ ଚିକିତ୍ସିତ ହେଉଥିବା ବେଳେ ଏହି ଡ୍ୟାନ୍ସ ଦେଖି ଖୁସି ହୋଇଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଇସୋବେଲ ଖୁସିରେ ହସୁଥିବା ମଧ୍ୟ ଦେଖିବାକୁ ମିଳୁଛି। କାରଣ ଡାକ୍ତରମାନେ ତାଙ୍କ ପାଇଁ ହିଁ ନାଚୁଛନ୍ତି। ଏହି ଡ୍ୟାନ୍ସ ଭିଡିଓକୁ ହସ୍ପିଟାଲ ପକ୍ଷରୁ ଶେୟାର କରି ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି।
ସୂଚନାନୁଯାୟୀ, ଇସୋବେଲ ଲିମ୍ଫୋବ୍ଲାଷ୍ଟିକ ଲ୍ୟୁକେମିଆ ଲାଗି କେମୋଥେରାପି ଚିକିତ୍ସା ହେଉଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି, ଆମେ ଭାବୁଥିଲୁ ଏହା ଖୁସି ହେବା ପାଇଁ ଏକ ଭଲ ଉପାୟ । ପରେ ଏହା ମଧ୍ୟ ସଫଳ ହୋଇଛି ।

https://www.facebook.com/WorcsAcuteNHS/videos/3451281738312224/

 


Enter your email to get our daily news in your inbox.

All Right Reserved By Dharitri.Com

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri