ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା ନ କରି ଡାକ୍ତର ମୃତ ଘୋଷଣା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ରୋଗୀଙ୍କୁ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ପ୍ରକାଶ ଯେ, ପରଜଙ୍ଗ ଥାନା ବସୁଲେଈ ଗ୍ରାମର ଚୈତନ୍ୟ କୁମାର ପରିଡ଼ା ଜାମୁ ଗଛରେ ଚଢ଼ି କୋଳି ତୋଳୁଥିବା ବେଳେ ଅସାବଧାନତା କାରଣରୁ ଗଛରୁ ଖସିପଡ଼ିଥିଲେ। ସେ ଗୁରୁତର ଅବସ୍ଥାରେ ଗଛତଳେ ପଡ଼ିଥିବା ଦେଖି କେତେଜଣ ସ୍ଥାନୀୟ ଲୋକ ପରିବାର ଲୋକଙ୍କୁ ଖବର ଦେବା ସହ ପ୍ରାଥମିକ ଚିକିତ୍ସା ନିମନ୍ତେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ କାମାକ୍ଷାନଗର ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ପରିବାର ଲୋକ ଚୈତନ୍ୟଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ଚିକିତ୍ସା ନ କରି ମୃତ ଘୋଷଣା କରିଥିଲେ। ରୋଗୀଙ୍କ ପଲ୍‌ସ ଚାଲୁଥିବା ବେଳେ ଚିକିତ୍ସା ନ କରି ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ନେଇ ରୋଗୀଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ପରେ ଡାକ୍ତର ରୋଗୀଙ୍କୁ ଚିକିତ୍ସା କରିବା ସହିତ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଇଥିଲେ l ଏହି ଘଟଣାକୁ ନେଇ ଡାକ୍ତର ସୁବାସ ଚନ୍ଦ୍ର ମଣ୍ଡଳଙ୍କୁ ପଚାରିବାରୁ ସେ ରୋଗୀଙ୍କୁ ତିନି, ଚାରି ଥର ଦେଖିଥିବା କହିଥିବା ବେଳେ ତାଙ୍କୁ ମୃତ ଘୋଷଣା କରି ନ ଥିବା କହିଛନ୍ତିl ତେବେ ଘଟଣାର ତଦନ୍ତ କରାଯିବ ବୋଲି କାମାକ୍ଷାନଗର ଉପଖଣ୍ଡ ମୁଖ୍ୟ ଚିକିତ୍ସାଧାରୀ ଡା. ଦିଗମ୍ବର ସାହୁ ସୂଚନା ଦେଇଛନ୍ତି l

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?