ଦୁର୍ଘଟଣାରେ ଚାଲିଗଲା ଡାକ୍ତରଙ୍କ ଜୀବନ

ବାରିପଦା ଅଫିସ,୨୩ା୪: ମୟୂରଭଞ୍ଜ ଜିଲାର ସୁନାମଧନ୍ୟ ବରିଷ୍ଠ ବିଶେଷଜ୍ଞ ଡାକ୍ତର ଅଞ୍ଜନ ଷଡଙ୍ଗୀଙ୍କ ରବିବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଗୁରୁତର ହୋଇ ପ୍ରଥମେ ବାରିପଦା ପିଆରଏମ ମେଡିକାଲ ଓ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ନେବା ବାଟରେ ଭଦ୍ରକ ନିକଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପ୍ରଚାରିତ ହେବା ପରେ ଜିଲା ତଥା ପଡୋଶୀ ଜିଲାରେ ଶୋକର ଛାୟା ଖେଳିଯାଇଛି।
ସୂଚନା ଅନୁଯାୟୀ, ଡା.ଷଡ଼ଙ୍ଗୀ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ବରିଷ୍ଠ ମହିଳା ଓ ପ୍ରସୂତୀ ବିଶେଷଜ୍ଞ ଭାବେ ଚାକିରୀ କରୁଥିଲେ। ରବିବାର ୧୧ଟାରେ ବାଲେଶ୍ୱରରୁ ବାରିପଦା ଅଭିମୁଖେ ଆସୁଥିବା ସମୟରେ ବେତନଟୀ ଥାନା ଅଧୀନ ୧୮ନଂ ଜାତୀୟ ରାଜପଥର ମଞ୍ଚାବନ୍ଧା ଠାରେ ଏକ ଟ୍ରକ୍‌ ପଛରେ ପିଟିହୋଇ କାର ମଧ୍ୟରେ ଚାପି ହୋଇ ରହିଥିଲେ ା ଖବରପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଡାକ୍ତରଙ୍କୁ ଉଦ୍ଧାର କରି ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରିଥିଲେ ା ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରୁଥିବା ବେଳେ ବାଟରେ ମୃତ୍ୟୁ ଘଟିଥିଲା। ତାଙ୍କର ମର ଶରୀର ଦର୍ଶନ ପାଇଁ ହଜାର ହଜାର ଲୋକ ବାରିପଦା ମେଡିକାଲ ପରିସରରେ ଭିଡ ଜମାଇଛନ୍ତି। ଆଇନଗତ ଭାବେ ତାଙ୍କର ମୃତଦେହ ବ୍ୟବଚ୍ଛେଦ କରାଯିବ। ଜଣେ ଜଣାଶୁଣା ଓ ସୁପରିଚିତ ଡାକ୍ତର ଭାବେ ମୟୂରଭଞ୍ଜ ଜିଲା ତଥା ବାଲେଶ୍ୱର ଓ କେନ୍ଦୁଝର ଜିଲାରେ ବେଶ ଲୋକପ୍ରିୟ ଥିଲେ। ରୋଗୀଙ୍କ ଉତ୍ତମ ଚିକିତ୍ସା କରି ନିଜର ସ୍ବତନ୍ତ୍ର ପରିଚୟ ହାସଲ କରିଥିବାରୁ ସମଗ୍ର ଜିଲା ପାଇଁ ଏକ ଅପୂରଣୀୟ କ୍ଷତି ଘଟିଛି ା


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri