ନୀଳଗିରି,୧୬ା୧୧: ଓପିଡିରେ ରୋଗୀ ଦେଖୁଦେଖୁ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ନୀଳଗିରି ଉପଖଣ୍ଡ ଡାକ୍ତରଖାନାରେ। ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ତ୍ରିନାଥ ପାଲ ରୋଗୀ ଦେଖିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରି ତଳେ ପଡ଼ିଯାଇଥିଲେ। ତେବେ ବାଲେଶ୍ୱର ମେଡିକାଲରେ ଡାକ୍ତରଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର।