ଟ୍ରାକ୍ଟର ଚଳାଇ କରୋନା ଆକ୍ରାନ୍ତ ଶବକୁ ଅନ୍ତିମ ସଂସ୍କାର ପାଇଁ ନେଲେ ଡାକ୍ତର

ହାଇଦ୍ରାବାଦ, ୧୩।୭- ମହାମାରୀ କରୋନା ଭାଇରସ୍‌ସ୍ଥିତି ଭାରତରେ ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏଭଳି ଏକ ସମୟରେ ତେଲଙ୍ଗାନାର ଜଣେ ଡାକ୍ତର କରୋନାରେ ମୃତ୍ୟୁବରଣ କରିଥିବା ଜଣେ ବ୍ୟକ୍ତିଙ୍କ ଶବକୁ ଅନ୍ତିମ ସଂସ୍କାର ପାଇଁ ନିଜେ ଟ୍ରାକ୍ଟର ଚଳାଇ ନେବା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ତେଲଙ୍ଗାନା ଡାକ୍ତର ପେଣ୍ଡାଲ୍ୟା ଶ୍ରୀରାମଙ୍କ ଏଭଳି ଉଦ୍ୟମକୁ ନେଇ ଏବେ ତାଙ୍କୁ ଚାରିଆଡ଼ୁ ପ୍ରଶଂସା କରାଯାଉଛି।
ଏହି ଘଟଣା ତେଲଙ୍ଗାନାର ପେଡାପଲ୍ଲୀ ଜିଲା ସରକାରୀ ଡାକ୍ତରଖାନାରେ ଘଟିଛି। ଡାକ୍ତର ପେଣ୍ଡାଲ୍ୟା ଏଠାରେ ଜିଲା ଚିକିତ୍ସା ନୀରିକ୍ଷଣ ଅଧିକାରୀ ଭାବେ କାମ କରନ୍ତି। ରବିବାର ଜଣେ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ହୋଇଥିଲା। ସେତେବେଳେ ହସ୍ପିଟାଲରେ କୌଣସି ଆମ୍ବୁଲାନ୍ସ ଉପଲବ୍ଧ ନ ଥିଲା। ଫଳରେ ସରକାରଙ୍କ ନିୟମ ଅନୁଯାୟୀ ଏହି ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରିବା ପାଇଁ ମେଡିକାଲ କର୍ତ୍ତୃପକ୍ଷ ଚିନ୍ତାରେ ପଡ଼ିଯାଇଥିଲେ। ସ୍ଥାନୀୟ ମ୍ୟୁନିସିପାଲଟି ପକ୍ଷରୁ ପ୍ରଦାନ କରାଯାଇଥିବା ଟ୍ରାକ୍ଟର ଉପଲବ୍ଧ ଥିଲେ ମଧ୍ୟ ଏହାର ଡ୍ରାଇଭର କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଶବକୁ ଅନ୍ତିମ ସଂସ୍କାରରେ ନେବା ଲାଗି ମନା କରିଦେଇଥିଲେ। ଫଳରେ ସେଠାରେ ଉପସ୍ଥିତ ଥିବା ୪୫ ବର୍ଷୀୟ ଡାକ୍ତର ପେଣ୍ଡାଲ୍ୟା ଟ୍ରାକ୍ଟରକୁ ନିଜେ ଚଳାଇ ଶବଦାହ ସ୍ଥାନକୁ ନେବା ଲାଗି ସ୍ଥିର କରିଥିଲେ। ଏହାପରେ ସେ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଶବକୁ ପ୍ରୋଟୋକଲ୍‌ ଅନୁଯାୟୀ ପ୍ୟାକ୍‌ କରି ଧରି ଟ୍ରାକ୍ଟର ଚଳାଇ ୨ କିମି ଦୂର ଶବଦାହ ସ୍ଥାନକୁ ଯାଇଥିଲେ। ସେଠାରେ ସରକାରୀ ନିୟମ ଅନୁଯାୟୀ ଶବଦାହ କରାଯାଇଥିଲା। ଡାକ୍ତର ଟ୍ରାକ୍ଟର ଚଳାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ବହୁଳ ଭାବରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ କେମିତି ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?