ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ଡାକ୍ତର ଦେଲେ ବଡ଼ ସୂଚନା, କହିଲେ ଦୁଇଦିନ ପାଇଁ…

ଭୁବନେଶ୍ୱର,୨୨ା୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଥିବା ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର ହୋଇଛି। ନବୀନ ଏବେ ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅଛନ୍ତି। ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ ରଖାଯିବ ବୋଲି ଡାକ୍ତର ପଣ୍ଡା କହିଛନ୍ତି।

ଅପରେଶନ ନେଇ ପୂର୍ବରୁ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଥିଲେ। ନବୀନ ତାଙ୍କ ପୋଷ୍ଟରେ ଲେଖଥିଲେ। ଯେ, ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା କାମନା କରିଥିଲେ।

ନବୀନ ଆହୁରି ଲେଖିଥିଲେ, “ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।” ଏହି ପୋଷ୍ଟ ମାଧ୍ୟମରେ ସେ ନିଜର ସ୍ୱାସ୍ଥ୍ୟଗତ ଅବସ୍ଥା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେବା ସହ ଜନସାଧାରଣଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।

ଏହି ଖବର ଓଡ଼ିଶାରେ ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ଅନେକ ସମର୍ଥକ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri