Posted inଅପରାଧ

କରୋନା ଆକ୍ରାନ୍ତ ଯୁବତୀଙ୍କ ସହ ବଳାତ୍କାର ଉଦ୍ୟମ କରି ଡାକ୍ତର ଗିରଫ

ଆଲିଗଡ଼, ୨୨।୭: ଭାରତରେ କରୋନା ମହାମାରୀ ଗମ୍ଭୀର ରୂପ ଧାରଣ କରିଛି। ଗତ କିଛିଦିନ ଦେଶରେ ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ୩୫ରୁ ୪୦ ହଜାର ମଧ୍ୟରେ ରହୁଛି। ଏହାକୁ ନେଇ ସରକାର ଚିନ୍ତାରେ ରହିଥିବାବେଳେ ଏଭଳି ଏକ ସମୟରେ ଏକ ସଙ୍ଗୀନ ଘଟଣା ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏହି ବଳାତ୍କାର ଉଦ୍ୟମ କରିଥିବା ବ୍ୟକ୍ତି ଜଣକ ଆଉ କେହି ନୁହେଁ ବରଂ କରୋନା ଯୋଦ୍ଧାର ଆଖ୍ୟା ପାଇଥିବା ଡାକ୍ତର। ଘଟଣାଟି ଉତ୍ତର ପ୍ରଦେଶର ଆଲିଗଡ଼ ଡିଡିୟୁ ହସ୍ପିଟାଲରେ ଘଟିଯାଇଛି। ଗାଜିଆବାଦର ୨୮ ବର୍ଷୀୟା ଏହି ଯୁବତୀ ଜଣଙ୍କ ଏକ ଘରୋଇ କମ୍ପାନୀରେ କାମ କରନ୍ତି। ନିକଟରେ ତାଙ୍କ ଦେହ ଅସୁସ୍ଥ ହେବାରୁ ସ୍ବାବ୍‌ ଟେଷ୍ଟରୁ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହାପରେ ପରିବାର ଲୋକେ ଯୁବତୀଙ୍କୁ ଚିକିତ୍ସା ପାଇଁ ଆଲିଗଡ଼ ଡିଡିୟୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରିବା ବଦଳରେ କ୍ୱାରାଣ୍ଟାଇନରେ ରଖି ତାଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ନେଇଥିଲେ। ଯୁବତୀଙ୍କ କହିବା ମୁତାବକ, କରୋନା ଓ୍ବାର୍ଡ ଏଲ୍‌-୨ ପାଇଁ ନିୟୋଜିତ ଡାକ୍ତର ତୁଫେଲ ଅହମ୍ମଦ ମଙ୍ଗଳବାର ରାତିରେ ତାଙ୍କ ବେଡ୍‌ ନିକଟକୁ ଆସି ଚେକ୍‌ ଅପ୍‌ ବାହାନାରେ ବଳାତ୍କାର ଉଦ୍ୟମ ପାଇଁ ପ୍ରୟାସ କରିଥିଲେ। ଯୁବତୀ ଜଣଙ୍କ ସେହି ରାତିରେ ପରିବାର ଲୋକଙ୍କୁ ଏନେଇ ଅବଗତ କରାଇଥିଲେ। ଏହା ପରଦିନ ଭୋର ସମୟରେ ମଧ୍ୟ ସେହି ଡାକ୍ତର ଜଣଙ୍କ ପୁନର୍ବାର ଆଉଥରେ ଯୁବତୀଙ୍କ ବେଡ୍‌ ନିକଟକୁ ଆସି ପୁଣିଥରେ ବଳାତ୍କାର ପାଇଁ ଉଦ୍ୟମ କରିଥିଲେ। ପରିବାର ଲୋକ ଥାନାରେ ଏନେଇ ଅଭିଯୋଗ କରିବା ପରେ ପୋଲିସ ହସ୍ପିଟାଲରେ ପହଞ୍ଚତ୍ ସିସିଟିଭି ଫୁଟେଜକୁ ଯାଞ୍ଚ କରିଥିଲା। ଏହାପରେ ଖବରରେ ସତ୍ୟାସତ୍ୟ ଥିବା ଜାଣି ଡାକ୍ତରଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri