Posted inଅପରାଧ

କରୋନା ଆକ୍ରାନ୍ତ ଯୁବତୀଙ୍କ ସହ ବଳାତ୍କାର ଉଦ୍ୟମ କରି ଡାକ୍ତର ଗିରଫ

ଆଲିଗଡ଼, ୨୨।୭: ଭାରତରେ କରୋନା ମହାମାରୀ ଗମ୍ଭୀର ରୂପ ଧାରଣ କରିଛି। ଗତ କିଛିଦିନ ଦେଶରେ ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ୩୫ରୁ ୪୦ ହଜାର ମଧ୍ୟରେ ରହୁଛି। ଏହାକୁ ନେଇ ସରକାର ଚିନ୍ତାରେ ରହିଥିବାବେଳେ ଏଭଳି ଏକ ସମୟରେ ଏକ ସଙ୍ଗୀନ ଘଟଣା ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏହି ବଳାତ୍କାର ଉଦ୍ୟମ କରିଥିବା ବ୍ୟକ୍ତି ଜଣକ ଆଉ କେହି ନୁହେଁ ବରଂ କରୋନା ଯୋଦ୍ଧାର ଆଖ୍ୟା ପାଇଥିବା ଡାକ୍ତର। ଘଟଣାଟି ଉତ୍ତର ପ୍ରଦେଶର ଆଲିଗଡ଼ ଡିଡିୟୁ ହସ୍ପିଟାଲରେ ଘଟିଯାଇଛି। ଗାଜିଆବାଦର ୨୮ ବର୍ଷୀୟା ଏହି ଯୁବତୀ ଜଣଙ୍କ ଏକ ଘରୋଇ କମ୍ପାନୀରେ କାମ କରନ୍ତି। ନିକଟରେ ତାଙ୍କ ଦେହ ଅସୁସ୍ଥ ହେବାରୁ ସ୍ବାବ୍‌ ଟେଷ୍ଟରୁ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହାପରେ ପରିବାର ଲୋକେ ଯୁବତୀଙ୍କୁ ଚିକିତ୍ସା ପାଇଁ ଆଲିଗଡ଼ ଡିଡିୟୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି କରିବା ବଦଳରେ କ୍ୱାରାଣ୍ଟାଇନରେ ରଖି ତାଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ନେଇଥିଲେ। ଯୁବତୀଙ୍କ କହିବା ମୁତାବକ, କରୋନା ଓ୍ବାର୍ଡ ଏଲ୍‌-୨ ପାଇଁ ନିୟୋଜିତ ଡାକ୍ତର ତୁଫେଲ ଅହମ୍ମଦ ମଙ୍ଗଳବାର ରାତିରେ ତାଙ୍କ ବେଡ୍‌ ନିକଟକୁ ଆସି ଚେକ୍‌ ଅପ୍‌ ବାହାନାରେ ବଳାତ୍କାର ଉଦ୍ୟମ ପାଇଁ ପ୍ରୟାସ କରିଥିଲେ। ଯୁବତୀ ଜଣଙ୍କ ସେହି ରାତିରେ ପରିବାର ଲୋକଙ୍କୁ ଏନେଇ ଅବଗତ କରାଇଥିଲେ। ଏହା ପରଦିନ ଭୋର ସମୟରେ ମଧ୍ୟ ସେହି ଡାକ୍ତର ଜଣଙ୍କ ପୁନର୍ବାର ଆଉଥରେ ଯୁବତୀଙ୍କ ବେଡ୍‌ ନିକଟକୁ ଆସି ପୁଣିଥରେ ବଳାତ୍କାର ପାଇଁ ଉଦ୍ୟମ କରିଥିଲେ। ପରିବାର ଲୋକ ଥାନାରେ ଏନେଇ ଅଭିଯୋଗ କରିବା ପରେ ପୋଲିସ ହସ୍ପିଟାଲରେ ପହଞ୍ଚତ୍ ସିସିଟିଭି ଫୁଟେଜକୁ ଯାଞ୍ଚ କରିଥିଲା। ଏହାପରେ ଖବରରେ ସତ୍ୟାସତ୍ୟ ଥିବା ଜାଣି ଡାକ୍ତରଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri