ବାହାରୁ ଔଷଧ କିଣିବାକୁ କହୁଛନ୍ତି ଡାକ୍ତର

ବ୍ରହ୍ମପୁର,୨୩ା୭ (ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲର ଜଣେ ଡାକ୍ତର ଜଣେ ରୋଗୀଙ୍କୁ ବାହାରୁ ଔଷଧ କିଣିବାକୁ କହିଥିଲେ। ଏନେଇ ସେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଏମକେସିଜି ମେଡିକାଲ ଅଧୀକ୍ଷକଙ୍କ ନିକଟରେ ଲିଖିତ ଜଣାଇବା ସହ ସାଙ୍ଘାତିକ ଅଭିଯୋଗ କରିଛନ୍ତି। ଏହା ସହିତ ସରକାରୀ ନିୟମ ଖିଲାପ କରି ଯେଉଁ ଡାକ୍ତର ଏଭଳି କାମ କରିଛନ୍ତି, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରୋଗୀ ଜଣଙ୍କ ଦାବି କରିଛନ୍ତି। ସେହିପରି ଘଟଣାର ତଦନ୍ତ ପରେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅଧିକ୍ଷକ ଚିଠିରେ ଉଲ୍ଲେଖ କରିଛନ୍ତି।

ସୂଚନା ଅନୁସାରେ ନିରଂଜନ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କୁ ସୋମବାର କୁକୁର କାମୁଡି ଦେଇଥିଲା। ଏଣୁ ସେ ଚିକିତ୍ସା ପାଇଁ ଏମକେସିଜି ମେଡିକାଲର ଓପିଡିକୁ ଯାଇଥିଲେ। ଟିକେଟ କରି ସେ ଜଳାତଙ୍କ ବିଭାଗକୁ ଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ଦେଖିବା ପରେ ପ୍ରେସ୍କ୍ରିପସନରେ କିଛି ଔଷଧ ଓ ଇଂଜେକ୍ସନ ଲେଖିଥିଲେ। ଏହା ସହିତ ଅନ୍ୟ ଏକ ଛୋଟ କାଗଜରେ କିଛି ଔଷଧ ଲେଖିଥିଲେ। ତାହା ବାହାର ଦୋକାନରୁ କିଣି ଆଣିବା ପରେ ହସ୍ପିଟାଲରେ ଥିବା ଇଂଜେକ୍ସନ ଦିଆଯିବ ବୋଲି କହିଥିଲେ। କୁକୁର କାମୁଡା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ମାଗଣାରେ ଇଂଜେକ୍ସନ (ଆଣ୍ଟି ରାବିସ) ଯୋଗାଣ କରାଯାଉଛି। ହସ୍ପିଟାଲରେ ଉକ୍ତ ଇଂଜେକ୍ସନ ଥିବା ବେଳେ ଡାକ୍ତର ତାଙ୍କୁ ସେ ଛୋଟ କାଗଜରେ ଲେଖିଥିବା ଔଷଧ ବାହାରୁ କିଣିବା ପାଇଁ କହିଥିବା ନେଇ ରୋଗୀ ନିରଂଜନ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି। କମ୍ୟୁନିଟି ମେଡିସନ ବିଭାଗ ମୁଖ୍ୟ ଏହି ଅଭିଯୋଗର ତଦନ୍ତ କରି ଅଧୀକ୍ଷକଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏହାପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?