Posted inଜାତୀୟ

ଚେତାଶୂନ୍ୟ ମହିଳାଙ୍କ ଅପରେଶନ ଅଧାରେ ଛାଡି ପଳାଇଲେ ଡାକ୍ତର, ଚା’ ନ ମିଳିବାରୁ ରାଗିଗଲେ…

ନାଗପୁର,୮।୧୧ : ମହାରାଷ୍ଟ୍ରର ନାଗପୁରରୁ ଏକ ଅଦ୍ଭୁତ ମାମଲା ସାମ୍ନାକୁ ଆସିଛି। ଏଠାରେ ସରକାରୀ ଡାକ୍ତରଖାନାର ଡାକ୍ତର ପରିବାର ଯୋଜନା (ଭାସେକ୍ଟୋମି) ଅପରେଶନ ଛାଡି ପଳାଇ ଯାଇଥିଲେ। ପ୍ରକୃତରେ କୁହାଯାଉଛି ଡାକ୍ତର ଚା’ ମାଗିଥିଲେ କିନ୍ତୁ ତାଙ୍କୁ ଚା’ ମିଳି ନ ଥିଲେ। ଫଳରେ ଏହି କାରଣରୁ ଡାକ୍ତର ରାଗି ଚେତାଶୂନ୍ୟ ମହିଳାଙ୍କ ଅସ୍ତ୍ରୋପଚାରକୁ ମଧ୍ୟଭାଗରେ ଛାଡି ଅପରେଶନ ଥିଏଟରରୁ ବାହାରକୁ ପଳାଇ ଯାଇଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ଜିଲା ପରିଷଦର ସିଇଓ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଏକ କମିଟି ଗଠନ କରାଯାଇଛି। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଇଓ କହିଛନ୍ତି।

ନାଗପୁରର ଏକ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଚିନ୍ତାଜନକ ଘଟଣାରେ ଜଣେ ଡାକ୍ତର ସର୍ଜିକାଲ ପଦ୍ଧତିକୁ ଅସମ୍ପୂର୍ଣ୍ଣ ଛାଡି ଚାରି ଜଣ ଅଚେତ ମହିଳାଙ୍କୁ ଅସ୍ତ୍ରୋପଚାରକୁ ଅପେକ୍ଷା କରିଥିବା ଅଭିଯୋଗ ହୋଇଛି। କୁହାଯାଉଛି ଅପରେଶନ ଥିଏଟରରେ ପ୍ରବେଶ କରିବା ପୂର୍ବରୁ ଡାକ୍ତର ଚା’ମାଗିଥିଲେ। କିନ୍ତୁ ତାଙ୍କୁ ଏହା ଦିଆଯାଇ ନ ଥିଲା। ଯାହା ପରେ ଡାକ୍ତର ହଠାତ ଅପରେଶନ ଛାଡି ପଳାଇଥିଲେ। ଏହି ଘଟଣାର ତଦନ୍ତ ପାଇଁ ଜିଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ମହିଳାଙ୍କ ଅସମ୍ପୂର୍ଣ୍ଣ ଅପରେଶନ ଶେଷ କରିବାକୁ ଜିଲା ପ୍ରଶାସନ ଅନ୍ୟ ଜଣେ ଡାକ୍ତରଙ୍କ ବ୍ୟବସ୍ଥା କରିଥିଲେ। ଏହି ଘଟଣା ପରେ ଲୋକଙ୍କ ମଧ୍ୟରେ ଚିନ୍ତା ବଢ଼ି ଯାଇଥିଲା। ଡ୍ୟୁଟିରେ ଅବହେଳା ପାଇଁ ଡାକ୍ତରଙ୍କ ଉତ୍ତରଦାୟୀ କରିବା ପାଇଁ ବିଭିନ୍ନ ଦଳ ମଧ୍ୟ ଦାବି କରିଛନ୍ତି। ଜିଲା ପରିଷଦର ଉପ-ସଭାପତି କୁଣ୍ଡା ରାଉତ ଡାକ୍ତରଙ୍କ କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯଦି ଯାଞ୍ଚ କମିଟି ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ କରନ୍ତି, ତେବେ ଜିଲା ପରିଷଦ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଦୋଷୀ ସାବ୍ୟସ୍ତ ହେଲେ ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୦୪ ଅନୁଯାୟୀ ଡାକ୍ତରଙ୍କ ବିରୋଧରେ ହତ୍ୟା ଅଭିଯୋଗ ଦାଏର କରିବାକୁ ମଧ୍ୟ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?