Posted inଜାତୀୟ

ସ୍ତ୍ରୀଙ୍କ ନିର୍ଯାତନା ସହି ନ ପାରି କ୍ଲିନିକରେ ଜୀବନ ହାରିଲେ ଡାକ୍ତର

ଲକ୍ଷ୍ନୌ,୩୦।୧: ଉତ୍ତରପ୍ରଦେଶର ଗୌଣ୍ଡାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ନିର୍ଯାତନା ସହି ନ ପାଇ ଡାକ୍ତର ସ୍ବାମୀ ନିଜ କ୍ଲିନିକରେ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ଡାକ୍ତର ହେଲେ ଦେବୀ ଦୟାଲ( ୪୦)।

ଅନ୍ୟପକ୍ଷେ ପୋଲିସ ଡାକ୍ତରଙ୍କ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି। ସୁଇସାଇଡ୍‌ ନୋଟ୍‌ରେ ନିର୍ଯାତନା ଅସହ୍ୟ ହେବାରୁ ଏଭଳି ଚରମ ପଦକ୍ଷେପ ନେଇଥିବା ଡାକ୍ତର ଉଲ୍ଲେଖ କରିଛନ୍ତି। ଏପରି କି ସ୍ତ୍ରୀ ତାଙ୍କୁ ଅଯଥା ସନ୍ଦେହ କରୁଥିଲେ। ଫଳରେ ସେ ମାନସିକ ଚାପଗ୍ରସ୍ତ ରହୁଥିଲେ। ଏପରି ଜୀବନ ବଞ୍ଚିବା ଅପେକ୍ଷା ମରିଯିବା ଭଲ ବୋଲି ସୁଇସାଇଡ୍‌ ନୋଟରେ ଏପରି କିଛି କୋହଭରା କଥା ଡାକ୍ତର ଲେଖିଛନ୍ତି। ଏପରି କି ତାଙ୍କ ମୃତ୍ୟୁ ପାଇଁ  ସ୍ତ୍ରୀ, ଶାଳୀ ଓ ଶଳାଙ୍କୁ ଦାୟୀ କରିଛନ୍ତି। ସୁଇସାଇଡ୍‌ ନୋଟ୍‌କୁ ଭିତ୍ତିକରି ପୋଲିସ ସେମାନଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୁଇସାଇଡ୍‌ ନୋଟ୍‌ରେ ନିର୍ଯାତନା ଅସହ୍ୟ ହେବାରୁ ଏଭଳି ଚରମ ପଦକ୍ଷେପ ନେଇଥିବା ଡାକ୍ତର ଉଲ୍ଲେଖ କରିଛନ୍ତି। ଏପରି କି ସ୍ତ୍ରୀ ତାଙ୍କୁ ଅଯଥା ସନ୍ଦେହ କରୁଥିଲେ। ଫଳରେ ସେ ମାନସିକ ଚାପଗ୍ରସ୍ତ ରହୁଥିଲେ। ଏପରି ଜୀବନ ବଞ୍ଚିବା ଅପେକ୍ଷା ମରିଯିବା ଭଲ ବୋଲି ସୁଇସାଇଡ୍‌ ନୋଟରେ ଏପରି କିଛି କୋହଭରା କଥା ଡାକ୍ତର ଲେଖିଛନ୍ତି।

ସୂଚନାଯୋଗ୍ୟ, ଡାକ୍ତର ଦୟାଲ ନିଜ କ୍ଲିନିକରେ ଏକୁଟିଆ ଥିଲେ। ହେଲେ ସେ ବହୁ ସମୟ ପର୍ଯ୍ୟନ୍ତ କବାଟ ନ ଖୋଲିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି କବାଟ ଭାଙ୍ଗି ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri