ଡାକ୍ତର ତିିଆରି କଲେ ଏମିତି ମେଶିନ, ଏଥିରୁ ରୋଗୀଙ୍କୁ ଦେଉଛନ୍ତି ଅମ୍ଳଜାନ

ଭୋପାଳ,୪।୫: ମଧ୍ୟପ୍ରଦେଶର ମାଲଓ୍ବା ଜିଲାରେ ରୋଗୀଙ୍କୁ ଲଗାତର ଅକ୍ସିଜେନ ଅଭାବ ପଡୁଥିବା ଦେଖିବାକୁ ମିଳିଛି। ସରକାରୀ ହସ୍ପିଟାଲର ଡାକ୍ତର ଏବଂ କର୍ମଚାରୀ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ପ୍ରାଣପଣେ ଉଦ୍ୟମ ଜାରି ରଖିଛନ୍ତି। ଏପରି ସ୍ଥିତିରେ ଏହି ହସ୍ପିଟାଲର ଜଣେ ଡାକ୍ତର ଏକ ମେଶିନ ତିଆରି କରିଛନ୍ତି। ଏହା ଦ୍ୱାରା ବାୟୁରୁ ଅମ୍ଳଜାନ ଟାଣି ଜରୁରିକାଳୀନ ପରିସ୍ଥିତିରେ ରୋଗୀଙ୍କୁ ଦିଆଯିବ। ହସ୍ପିଟାଲକୁ ଆସୁଥିବା ଗୁରୁତର ରୋଗୀଙ୍କ ଅକ୍ସିଜେନ ସଙ୍କଟ ଦୂର କରିବାକୁ ଡାକ୍ତର ବ୍ରଜଭୂଷଣ ପାଟିଦାର ଦାନ୍ତ ଡାକ୍ତରଖାନାରେ କାମରେ ଲାଗୁଥିବା କମ୍ପ୍ରେସର ମେଶିନରେ କିଛି ନୂତନତ୍ୱ ସୃଷ୍ଟି କରି ଏମିତି ଭିନ୍ନ ଏକ ମେଶିନ ତିଆରି କରିଛନ୍ତି। ଯେଉଁଥିରେ ବାୟୁମଣ୍ଡଳରୁ ପବନ ଟାଣି ରୋଗୀଙ୍କୁ ଦିଆଯାଇପାରିବ।ଫଳରେ ଅକ୍ସିଜେନ ଅଭାବ ପୂରଣ ହୋଇପାରିବ।

ଡାକ୍ତର ପଟିଦାର କୁହନ୍ତି, ଗତ କିଛିଦିନ ହେଲା ଅକ୍ସିଜେନ ସିଲିଣ୍ଡରର ଆବଶ୍ୟକତା ବହୁତ ବଢ଼ିଯାଇଛି। ଏହାକୁ ରିଫିଲ କରିବା ସମସ୍ୟା ଦେଖାଦେଇଛି। ଫଳରେ ଗୁରୁତର ରୋଗୀଙ୍କୁ ଅକ୍ସିଜେନର ଅଭାବ ପଡୁଛି। ଯେଉଁ ସମସ୍ୟା ଆମେ ପ୍ରତିଦିନ ସାମ୍ନା କରିଆସୁଛୁ। ତେଣୁ ସେ ଏମିତି ଏକ ମେଶିନ ତିଆରି କରିବେ ବୋଲି ଭାବିଥିଲେ। ଏଥିରେ ତାଙ୍କର ୨୦ରୁ ୨୫ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ଡାକ୍ତରଙ୍କ ଏପରି ଜନହିତକର କାର୍ଯ୍ୟ ପାଇଁ ତାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri