ପରଲୋକରେ ଡାକ୍ତର ମଳୟ: କଳାହାଣ୍ଡି ପାଇଁ ଅପୂରଣୀୟ କ୍ଷତି

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ସୁନାମ ଧନ୍ୟ ଡାକ୍ତର ମଳୟ ବେହେରାଙ୍କ ବୁଧବାର ପ୍ରତ୍ୟୁଷରେ ଭବାନୀପାଟଣାସ୍ଥିତ ମହାବୀରପଡା ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ମସ୍ତିଷ୍କଜନିତ ରୋଗ କାରଣରୁ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେ ସ୍ବର୍ଗତ ପ୍ରଫେସର ଭୁବନେଶ୍ୱର ବେହେରାଙ୍କ ଜ୍ୟେଷ୍ଠ ପୁତ୍ର ହୋଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମର ପ୍ରଥମ କମିଶନର ହୋଇଥିବା ବିନୟ ବେହେରାଙ୍କ ବଡ଼ ଭାଇ ଅଟନ୍ତି। ଡାକ୍ତର ବେହେରା କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସା ଅଧିକାର (ସିଡ଼ିଏମଓ) ରହିବା ସହ ପଦୋନ୍ନତି ହୋଇ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ମଧ୍ୟ ରହିଥିଲେ। ତାଙ୍କ ପରଲୋକ ଖବର ଶୁଣି କଳାହାଣ୍ଡି ଜିଲାରେ ଶୋକର ଛାୟା ଖେଳି ଯାଇଛି। ନିଜ ପୈତୃକ ଗ୍ରାମ ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡାଠାରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri