ଡେପୁଟେଶନରେ ଡାକ୍ତର, ମିଳୁନି ସ୍ବାସ୍ଥ୍ୟସେବା

ଧାମନଗର,୨୪।୧(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ସ୍ବାସ୍ଥ୍ୟସେବା। ୧୧ଜଣ ଡାକ୍ତର ଆବଶ୍ୟକ ଥିବାବେଳେ ମାତ୍ର ୪ଜଣ ଅଛନ୍ତି। ଶିଶୁ ବିଭାଗ ଓ ମେଡିସିନ ବିଭାଗରେ ଡାକ୍ତର ନ ଥିବାବେଳେ ୫ ମହିଳା ସ୍ବାସ୍ଥ୍ୟକର୍ମୀ, ୯ ପୁରୁଷ ସ୍ବାସ୍ଥ୍ୟକର୍ମୀ, ୪ ମହିଳା ସ୍ବାସ୍ଥ୍ୟ ପରିଦର୍ଶିକା, ୬ ପୁରୁଷ ସ୍ବାସ୍ଥ୍ୟ ପରିଦର୍ଶକ, ୪ ସୁପରଭାଇଜର, ୪ ଫାର୍ମାସିଷ୍ଟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦବୀ ଖାଲିପଡ଼ିଛି। ସେହିପରି ଏଠାରେ ନିଯୁକ୍ତ ଅନ୍ୟ ଜଣେ ଡାକ୍ତର, ମହିଳା ଓ ପୁରୁଷ ସ୍ବାସ୍ଥ୍ୟକର୍ମୀ, ସିନିୟର ହେଲ୍‌ପର ବର୍ଷେରୁ ଊର୍ଦ୍ଧ୍ୱ ହେଲା ଡେପୁଟେଶନରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଅଛନ୍ତି।
ପଞ୍ଚାୟତ ଅଧୀନ ୧୫୩ ଗ୍ରାମର ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରଶୀଳ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ହସନାବାଦ, ଖଡ଼ିମାହାରା, ବେତାଳିଗାଁ ଆଦି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ନ ଥିବାରୁ ରୋଗୀମନେ ଏହି ଡାକ୍ତରଖାନା ଉପରେ ନିର୍ଭର କରିଥାନ୍ତି। ହେଲେ ଏଠାରେ ମଧ୍ୟ ଏଭଳି ସମସ୍ୟା ଯୋଗୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏ ସମ୍ପର୍କରେ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା. ମନ୍ମୟ ସାମନ୍ତସିଂହାର କହିଛନ୍ତି, ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶରେ ସେମାନେ ଡେପୁଟେଶନରେ ଯାଇଛନ୍ତି। ଏ ସଂକ୍ରାନ୍ତରେ ବାରମ୍ବାର ଚିଠି ମାଧ୍ୟମରେ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri