ମାସ୍କ ପିନ୍ଧି ୩୫ କିଲୋମିଟର ଦୌଡ଼ିଲେ ଏହି ଡାକ୍ତର, ଜାଣନ୍ତୁ କାହିଁକି

କରୋନା ଭାଇରସ୍‌ରୁ ରକ୍ଷା ପାଇବା ପାଇଁ ସମଗ୍ର ବିଶ୍ୱରେ ମାସ୍କ ବ୍ୟବହାର ପ୍ରତି ବିଶେଷ ଗୁରୁତ୍ୱ ଦିଆଯାଉଛି। ମାତ୍ର କିଛି ଲୋକ ମାସ୍କ ପିନ୍ଧିବାକୁ ବିରୋଧ କରୁଛନ୍ତି। ଏହିପରି ସ୍ଥିତିରେ ବ୍ରିଟେନର ଜଣେ ଡାକ୍ତର ମାସ୍କ ପିନ୍ଧି ୩୫ କିଲୋମିଟର ଦୌଡ଼ିଛନ୍ତି। ଏହି ସମୟରେ, ସେ ଏକ ଡିଭାଇସ ମାଧ୍ୟମରେ ନିଜର ଅମ୍ଳଜାନସ୍ତର ଯାଞ୍ଚ ମଧ୍ୟ କରିଥିଲେ।


ଆଇସିୟୁରେ କାର୍ଯ୍ୟ କରୁଥିବା ଡାକ୍ତର ଟମ୍‌ ଲଟନ କହିଛନ୍ତି, ମାସ୍କ ପିନ୍ଧି ଦୌଡ଼ିବା ସତ୍ତ୍ୱେ ଅମ୍ଳଜାନର ମାତ୍ରା କମି ନ ଥିଲା। ସେ କହିଛନ୍ତି , ଏହି ଦୌଡ଼ରେ ତାଙ୍କର ଅମ୍ଳଜାନସ୍ତର ୯୮ ପ୍ରତିଶତ ପର୍ଯ୍ୟନ୍ତ ଥିଲା। ଟମ୍‌ କୁହନ୍ତି ସେ ଏପରି ଦୌଡ଼ିବାର କାରଣ ହେଲା ଲୋକଙ୍କୁ ସଚେତନ କରାଇବା। ଲୋକମାନେ ବୁଝନ୍ତୁ ଯେ, ମାସ୍କ ସୁରକ୍ଷିତ ଏବଂ କରୋନା ଭାଇରସ୍‌କୁ ଏହା ରୋକିପାରିବ।

ତେବେ ଅନେକ ଦେଶରେ ମାସ୍କ ବ୍ୟବହାର ବାଧ୍ୟତାମୂଳକକୁ ଘୋର ବିରୋଧ କରୁଛନ୍ତି ଏବଂ ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରିବା ନୀତି କାର୍ଯ୍ୟକାରୀ କରିବାରେ ସରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏଥି ସହିତ ଡାକ୍ତର ଟମ୍‌ କହିଛନ୍ତି , ସେ ମାସ୍କ ପିନ୍ଧିଥିବା ଏବଂ ଡେସ୍କରେ ବସିଥିବା ଲୋକଙ୍କ ଫଟୋ ଦେଖିଛନ୍ତି। ସେ କହିଛନ୍ତି ଯେ, ତାଙ୍କର ଅମ୍ଳଜାନସ୍ତର ହ୍ରାସ ପାଇଛି। ଏହି ଦୌଡ଼ରେ ସେ ତିନି ସ୍ତରର କପଡ଼ା ମାସ୍କ ବ୍ୟବହାର କରିଥିଲେ। ସେ ଏହା ମଧ୍ୟ କହିଛନ୍ତି ଯେ, କେବଳ ମାସ୍କ ଦ୍ୱାରା କରୋନାକୁ ନିୟନ୍ତ୍ରଣ କରାଯାଇପାରିବ ନାହିଁ, ସାମାଜିକ ଦୂରତା ଏବଂ ସଙ୍ଗରୋଧ ମଧ୍ୟ ନିହାତି ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?