ନିଶା ଦେଇ ଶାରୀରିକ ସମ୍ପର୍କ ରଖିଲେ ଡାକ୍ତର

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ଅଭିଯୋଗ ମୁତାବକ ନୂଆପଡ଼ା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ ସାହୁଙ୍କ ନାମରେ ପୋଲିସ ଏକ ମାମଲା (ନଂ.୬୯/୨୨) ରୁଜୁକରି ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରୁ ନ ଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଡାକ୍ତର ସାହୁ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡିଛି।

ଅଭିଯୋଗ ମୁତାବକ, ଡାକ୍ତର କମଳାକାନ୍ତ ବୁର୍ଲା ଭିମ୍‌ସାରରେ ପଢୁଥିବା ସମୟରେ ଯୁବତୀ ଜଣଙ୍କ ନିଜ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଯାଇଥିଲେ। ଏହି ସମୟରେ ଡାକ୍ତର ଯୁବତୀଙ୍କ ସହ ସମ୍ପର୍କ ବଢାଇଥିଲେ। ଧୀରେ ଧୀରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ପରେ କମଳାକାନ୍ତ ଯୁବତୀଙ୍କୁ ବାହାରକୁ ବୁଲାଇନେବାକୁ କହି ନିଶାବଟିକା ଦେଇ ବଳାତ୍କାର କରିଥିଲେ। ଯୁବତୀ ଜଣକ ଗର୍ଭଧାରଣ କରିଥିବା ଜାଣିବା ପରେ ଅଭିଯୁକ୍ତ ଡାକ୍ତର ତାଙ୍କୁ ଔଷଧ ଦେଇ ଗର୍ଭପାତ କରିଥିଲେ। ପରେ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ଯୁବତୀ ପୁଣିଥରେ ଗର୍ଭଧାରଣ କରିବାରୁ ଡାକ୍ତର ତାଙ୍କ ଗର୍ଭପାତ କରିଥିଲେ। କମଳାକାନ୍ତଙ୍କ ନୂଆପଡା ଜିଲାରେ ପୋଷ୍ଟିଂ ହେବା ପରେ ଯୁବତୀଙ୍କଠାରୁ ଦୂରେଇ ଯାଇଥିଲେ। ତାଙ୍କୁ ବିବାହ କରିବାକୁ ଯୁବତୀ କହିବାକୁ ସେ ମନା କରି ଦେଇଥିଲେ। ଶେଷରେ ଅନ୍ୟ ଉପାୟ ନ ପାଇ ଯୁବତୀ ଜଣଙ୍କ ଆଇନର ଆଶ୍ରୟ ନେଇଛନ୍ତି। ଜଣେ ଡାକ୍ତର ହୋଇ ଗର୍ଭପାତ କରାଇବା ଓ ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଉଛି। ଏ ସମ୍ପର୍କରେ ବୁର୍ଲା ଥାନା ଅଧିକାରୀ କମଳ ଲୋଚନ ପଣ୍ଡା କହିଛନ୍ତି, ଯୁବତୀଙ୍କ ଅଭିଯୋଗ କ୍ରମେ ଥାନାରେ ମାମଲା ରୁଜୁ ହୋଇଛି। ଯୁବତୀଙ୍କ ଡାକ୍ତରୀ ମାଇନା ସହ ୧୬୪ରେ ବୟାନ ରେକର୍ଡ କରାଯାଇଛି। ପ୍ରମାଣ ସଂଗ୍ରହ କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri