ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜାଜନକ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳରେ ଦେଖିବାକୁ ମିଳିଛି। ଚିକିତ୍ସା କରାଇବା ବାହାନାରେ ଜଣେ ନାବାଳିକାଙ୍କୁ ବେଆଇନ କ୍ଲିନିକରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତ ଆୟୁଷ ଡାକ୍ତର ସମୀର ପ୍ରଧାନଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ନାବାଳିକାଙ୍କ ମା’ ତାଙ୍କ ଝିଅର ଚିକିତ୍ସା ପାଇଁ ଜଗନ୍ନାଥପ୍ରସାଦ ସ୍ଥିତ ଏହି ବେସରକାରୀ କ୍ଲିନିକକୁ ରବିବାର ସନ୍ଧ୍ୟାରେ ଆଣିଥିଲେ। କ୍ଲିନିକରେ ଉପସ୍ଥିତ ଥିବା ଆୟୁଷ ଡାକ୍ତର ସମୀର ପ୍ରଧାନ ସ୍ବାସ୍ଥ୍ୟ ଯାଞ୍ଚ କରିବା ଆଳରେ ନାବାଳିକାଙ୍କୁ ଏକ ବନ୍ଦ କୋଠରିକୁ ନେଇଯାଇଥିଲେ। କିଛି ସମୟ ପରେ ନାବାଳିକା ଜଣକ କାନ୍ଦି କାନ୍ଦି କୋଠରି ବାହାରକୁ ଆସିଥିଲେ। ଝିଅକୁ କାନ୍ଦୁଥିବାର ଦେଖି ମା’ ପଚାରିବାରୁ, ସେଠାରେ ତାଙ୍କ ସହ ବଳାତ୍କାର ହୋଇଥିବା ନେଇ ସେ ସମସ୍ତ ବିଷୟ ପ୍ରକାଶ କରିଥିଲେ। ଏହି ଘଟଣଶ ସମ୍ପର୍କରେ ଜାଣିବା ପରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ତୁରନ୍ତ ଜଗନ୍ନାଥପ୍ରସାଦ ଥାନାରେ ଏକ ଲିଖିତ ଏତଲା ଦିଆଯାଇଥିଲା। ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପୋଲିସ ତୁରନ୍ତ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଆୟୁଷ ଡାକ୍ତର ସମୀର ପ୍ରଧାନଙ୍କୁ ଗିରଫ କରିଛି। ଆଜି ପୋଲିସ ପକ୍ଷରୁ ନାବାଳିକାଙ୍କର ଡାକ୍ତରୀ ମାଇନା କରାଯିବା ସହ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା

ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri