Posted inଜାତୀୟ

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାରେ ମୃତା ଡାକ୍ତରଙ୍କ ପରିବାରକୁ ନ୍ୟାୟ ଦାବିରେ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ପଶ୍ଚିମବଙ୍ଗରେ ଆନ୍ଦୋଳନ ଜାରି ରହିଥିଲା। ଏବେ ପୁଣିଥରେ ଏହି ରାଜ୍ୟ ଚର୍ଚ୍ଚାକୁ ଆସିଛି। ଏଥର ଜଣେ ଡାକ୍ତର ତାଙ୍କ ପାଖକୁ ଚିକିତ୍ସା ହେବା ପାଇଁ ଯାଇଥିବା ମହିଳା ରୋଗୀଙ୍କୁ ବଳାତ୍କାର କରିଛନ୍ତି। କେବଳ ସେତିକିରେ ଡାକ୍ତରଙ୍କ ବର୍ବରତା ଶେଷ ହୋଇନାହିଁ, ସେ ମହିଳାଙ୍କ ଅସଂଯତ ଅବସ୍ଥାର ଫଟୋ ଉଠାଇ ତାଙ୍କୁ ବ୍ଲାକ୍‌ମେଲ୍‌ କରିବା ସହ ଏକାଧିକ ଥର ବଳାତ୍କାର କରିଛନ୍ତି।
ଉତ୍ତର ୨୪ ପ୍ରଗଣା ଜିଲା ଅନ୍ତର୍ଗତ ହସ୍‌ନାବାଦରେ ଏହି ଘଟଣା ଘଟିଛି। ଡାକ୍ତର ଜଣକ ମହିଳା ରୋଗୀଙ୍କୁ ଟ୍ରାଙ୍କୁଲାଇଜିଂ ସିରମ୍‌ ଇଞ୍ଜେକ୍‌ଶନ ଦେଇ ଅଚେତ କରାଇବା ପରେ ବଳାତ୍କାର କରିଥିଲେ। ପୀଡ଼ିତା ଓ ତାଙ୍କ ସ୍ବାମୀଙ୍କ ଅଭିଯୋଗକ୍ରମେ ପୋଲିସ ଅଭିଯୁକ୍ତ ଡାକ୍ତରଙ୍କୁ ମଙ୍ଗଳବାର ଗିରଫ କରିଛି।
ଅଭିଯୋଗ ଅନୁଯାୟୀ କିଛିଦିନ ପୂର୍ବରୁ ମହିଳାଙ୍କ ସ୍ବାମୀ ରାଜ୍ୟ ବାହାରକୁ କୌଣସି କାମରେ ଯାଇଥିଲେ। ଏହି ସମୟରେ ମହିଳା ଜଣକ ଚିକିତ୍ସା ପାଇଁ ସମ୍ପୃକ୍ତ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଡାକ୍ତର ମହିଳାଙ୍କୁ ପ୍ରଥମେ ଅଚେତ କରାଇବା ପରେ ବଳାତ୍କାର କରିଥିଲେ। ଅଚେତ ଥିବା ମହିଳାଙ୍କ ଅସଂଯତ ଅବସ୍ଥାର କେତେକ ଫଟୋ ମଧ୍ୟ ଡାକ୍ତର ଉଠାଇଥିଲେ। ଉକ୍ତ ଫଟୋକୁ ଦେଖାଇ ସେ ପୀଡ଼ିତାଙ୍କୁ ବ୍ଲାକ୍‌ମେଲ୍‌ କରିବା ସହ ସେଗୁଡ଼ିକୁ ସୋସିଆଲ ମିଡିଆରେ ଭାଇରାଲ କରିଦେବେ ବୋଲି ଧମକ ଦେଇଥିଲେ। ଏହିଭଳି ଭୟଭୀତ କରାଇ ସେ ମହିଳାଙ୍କୁ ଏକାଧିକ ଥର ବଳାତ୍କାର କରିବା ସହ ତାଙ୍କଠାରୁ ୪ ଲକ୍ଷ ଟଙ୍କା ନେଇଯାଇଥିଲେ। ସମାଜରେ ସମ୍ମାନହାନି ହେବା ଡରରେ ମହିଳା ଜଣକ ଏହି କଥା କାହାକୁ କହିପାରୁ ନ ଥିଲେ।

ସ୍ବାମୀ ବାହାରେ ରହିଥିବାରୁ ସେ ସମ୍ପୂର୍ଣ୍ଣ ନିଃସହାୟ ହୋଇପଡ଼ିଥିଲେ। ସ୍ବାମୀ ଘରକୁ ଫେରିବା ପରେ ପୀଡ଼ିତା ସବୁ କଥା ତାଙ୍କୁ ଜଣାଇଥିଲେ। ସ୍ବାମୀ ତାଙ୍କୁ ସାନ୍ତ୍ୱନା ଦେବା ସହ ପୋଲିସରେ ଏତଲା ଦେବା ପାଇଁ ପ୍ରବର୍ତ୍ତାଇଥିଲେ। ଅଭିଯୋଗ ପାଇବା ପରେ ପୋଲିସ ଡାକ୍ତରଙ୍କୁ ଗିରଫ କରିଥିଲା। ତାଙ୍କୁ ଜିଲା ଅଦାଲତରେ ହାଜର କରାଇବା ପରେ ପୋଲିସ ୫ ଦିନିଆ ରିମାଣ୍ଡରେ ନେଇଛି। ମାଜିଷ୍ଟ୍ରେଟ୍‌ଙ୍କ ପାଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?