ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି l ମୃତ ବୃଦ୍ଧଙ୍କ ପରିବାର ଲୋକେ ଏହି ଅଭିଯୋଗ କରିବା ସହ ମୃତଦେହକୁ ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତାରେ ରଖି ଏହାର ପ୍ରତିବାଦ ଜଣାଇଛନ୍ତି l ତେବେ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର ବୃଦ୍ଧଙ୍କ ମୃତ୍ୟୁ ପରେ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ରେଫର କରିଥିବା ତାଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯିବା ସହ ତ୍ରୁଟିପୂର୍ଣ୍ଣ ଚିକିତ୍ସା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି l

ଘଟଣାରୁ ପ୍ରକାଶ ଯେ, ଶନିବାର ଭୋର ସମୟରେ ବଉଳପାଳ ଗ୍ରାମର ମାୟାଧର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ ତିହିଡି଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ପୂର୍ବାହ୍ନ ୧୧ଟା ସମୟରେ ମାୟାଧରଙ୍କ ମୃତ୍ୟୁ ଘଟିବାରୁ ତାଙ୍କ ପରିବାର ଲୋକଙ୍କର ଚିକିତ୍ସା ନେଇ ସନ୍ଦେହ ଉପୁଜିଥିଲା l ସେମାନେ ଡାକ୍ତରଙ୍କୁ ଭେଟିକି ଔଷଧ ଓ ଇଞ୍ଜେକ୍ସନ ଦେଇଛ ବୋଲି ପଚାରିବାରୁ ଡାକ୍ତର ପ୍ରେସକ୍ରିପସନକୁ ଫିଙ୍ଗି ଦେଇଥିବା ଏବଂ ସେମାନେ ଡଷ୍ଟବିନରୁ ଏହାକୁ ଉଦ୍ଧାର କରିଥିବା ତାଙ୍କ ପରିବାର ପକ୍ଷରୁ କୁହାଯାଇଛିl

ଏହି ଘଟଣାକୁ ନେଇ ମାୟାଧରଙ୍କ ପରିବାର ସଦସ୍ୟ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ସେମାନେ ପାଟିତୁଣ୍ଡ କରିଥିଲେ l ଖବର ପାଇ ତିହିଡି଼ ଥାନା ଏସଆଇ ପ୍ରକାଶ ନାୟକ, ଏଏସଆଇ ଲଷ୍ମଣ ମାରାଣ୍ଡି ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ଭାଟପ ସରପଞ୍ଚ ଶୁଭ୍ରନାରାୟଣ ସେଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଥିବା ଜଣାଯାଇଛି l ତେବେ ବୃଦ୍ଧଙ୍କ ଚିକିତ୍ସା କରିଥିବା ଡାକ୍ତର ଫେରାର ହୋଇଯାଇଥିବା ଜଣାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri