Posted inଜାତୀୟ

ମନ୍ତ୍ରୀଙ୍କ ଜିଲା ହସ୍ପିଟାଲ ଗସ୍ତ ସମୟରେ ମୃତ ମହିଳାଙ୍କ ଚିକିତ୍ସା କରୁଥିଲେ ଡାକ୍ତର…

ଚିତ୍ରକୂଟ, ୧।୫ : ଉତ୍ତରପ୍ରଦେଶରେ ଚିତ୍ରକୂଟ ମଣ୍ଡଳର ଦାୟିତ୍ୱରେ ଥିବା ମନ୍ତ୍ରୀ ଜୟବୀର ସିଂ ରବିବାର ସ୍ଥାନୀୟ ଜିଲା ହସ୍ପିଟାଲ ଅଚାନକ ଗସ୍ତ କରିଥିଲେ। ଏହି ସମୟରେ ମନ୍ତ୍ରୀ ଜିଲା ହସ୍ପିଟାଲରେ ବହୁ ତ୍ରୁଟି ଦେଖିଥିଲେ। ମନ୍ତ୍ରୀ ଅଚାନକ ଏକ ୱାର୍ଡରେ ରୋଗୀମାନଙ୍କ ଅବସ୍ଥା ଜାଣିବା ଏବଂ ଫଳ ବଣ୍ଟନ କରିବା ପାଇଁ ସେଠାରେ ପହଞ୍ଚିଥିଲେ। ସେତେବେଳେ ସେଠାରେ ଡାକ୍ତର ଜଣେ ମୃତ ରୋଗୀଙ୍କର ଚିକିତ୍ସା କରୁଥିବାର ଦେଖିବାକୁ ମିଳିଥିଲା।

ଚିକିତ୍ସା କରୁଥିବା ଡାକ୍ତର ଜଣକ ମୃତ ମହିଳାଙ୍କୁ ବେଡସିଟ୍‌ରେ ଘୋଡ଼ାଇ ଚିକିତ୍ସା କରୁଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଏହି ମହିଳାଙ୍କ ନାମ ମୈକି । କିଛି ଘଣ୍ଟା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଏହା ଜାଣି ନ ଥିବା ମନ୍ତ୍ରୀ ମୃତ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ପରେ ଫଳ ରଖି ସେଠାରୁ ଚାଲିଯାଇଥିଲେ।

ଏହି ସମୟରେ ସେଠାରେ ଥିବା ଜିଲା ପଞ୍ଚାୟତର ସଦସ୍ୟ ମୀରା ଭାରତୀ ସ୍ବାସ୍ଥ୍ୟ ବିଭାଗର ଏଭଳି କାର୍ଯ୍ୟ ନେଇ ପ୍ରଶ୍ନ ଉଠାଇଥିଲେ। ସେ ମନ୍ତ୍ରୀ ଙ୍କୁ କହିଛନ୍ତି ଯେ ଯେଉଁ ମହିଳାଙ୍କୁ ସେ ବର୍ତ୍ତମାନ ଫଳ ଦେଇଛନ୍ତି, ତାଙ୍କର କିଛି ଘଣ୍ଟା ମୃତ୍ୟୁ ଘଟି ସାରିଛି।

ଏହା ଶୁଣି ମନ୍ତ୍ରୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇ ଡାକ୍ତରମାନଙ୍କୁ ପଚରାଉଚରା କରିଥିଲେ। ଏ ସମ୍ପର୍କରେ ମନ୍ତ୍ରୀ ତୁରନ୍ତ ଡାକ୍ତରଖାନାର ଦାୟିତ୍ୱରେ ଥିବା ସିଏମଏସଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ଏବଂ ମାମଲାର ଯାଞ୍ଚ୍‌ କରିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଏମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri