ବୋଲଗଡ,୨୯।୬(ଦେବବ୍ରତ ହୋତା)ସ୍ଥାନୀୟ ବିଧାୟକଙ୍କ ପ୍ରତିଶ୍ରୁତି ମୁତାବକ ସୁଧୁରିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସ୍ବାସ୍ଥ୍ୟସେବା। ନୂଆ ଡାକ୍ତର ନିଯୁକ୍ତ ହେବା ସହ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯାଇଛି। ବୋଲଗଡ ବ୍ଲକ ଅନ୍ତର୍ଗତ ସମୁଦାୟ ୮ଟି ମେଡିକାଲରେ ଖାଲିଥିବା ଡାକ୍ତର ପଦବୀ ପୂରଣ କରାଯାଇଛି। ତାଳତୁମ୍ବ ଓ ଦେଉଳି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଥିବାବେଳେ ଦୀର୍ଘଦିନ ଧରି ଖାଲିପଡିଥିବା ପିଚୁକୁଳି, ମାଣିବନ୍ଧ, ଗୌଡନୂଆଗାଁ ଓ ମାଣିକାଗୋଡା ଆଦି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଲେଖାଏ ଓ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨ଜଣ ଡାକ୍ତରଙ୍କୁ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି। ମଙ୍ଗଳବାର ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଆର୍ତ୍ତବନ୍ଧୁ ନାୟକ ନବନିଯୁକ୍ତ ଡାକ୍ତରମାନଙ୍କ ସହ ଆଲୋଚନା କରି ନିଯୁକ୍ତି ସ୍ଥାନ ପ୍ରଦାନ କରିଛନ୍ତି। ସେହି କ୍ରମରେ ଡା. ସମିଧା ଦାସ ପିଚୁକୁଳି ପିଏଚ୍ସି, ଡା. ଜ୍ୟୋତ୍ସ୍ନାରାଣୀ ରାଉତ ଗୌଡନୂଆଗାଁ ପିଏଚସି, ଡା. ବିଶ୍ବଜିତ ମୁଦୁଲି ମାଣିବନ୍ଧ ପିଏଚସି, ଡା. ତ୍ୱେସା ପଣ୍ଡା ମାଣିକାଗୋଡା ପିଏଚସିରେ ଏବଂ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡା.ମହମଦ ଅବଦୁଲ ମୁଜିବ ଓ ଡା. ରୁତାୟନି ମିଶ୍ର ପ୍ରମୁଖ ଯୋଗଦେବେ। ଉଲ୍ଲେଖଯୋଗ୍ୟ, ଦୀର୍ଘଦିନ ଧରି ଡାକ୍ତର ଅଭାବ ନେଇ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୋଲଗଡ ବ୍ଲକ ଅଞ୍ଚଳରେ ଅସନ୍ତୋଷ ଲାଗି ରହିଥିଲା, ଏଥିନେଇ ଗତ ନଭେମ୍ବରରେ ବୋଲଗଡ ମିନିଷ୍ଟାଡିୟମରେ ବ୍ଲକସ୍ତରୀୟ ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ବିଧାୟକ ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବାଙ୍କୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ଦୁର୍ଗାପ୍ରସାଦ ଜେନା, ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ରତିରଞ୍ଜନ ଷଣ୍ଢ ପ୍ରମୁଖଙ୍କ ସମେତ ବ୍ଲକ ଅଧ୍ୟକ୍ଷା, ବିଡିଓ, ତହସିଲଦାର, ବିଇଓ, ସିଡିପିଓ ଓ ରୋଗୀ କଲ୍ୟାଣ ସମିତି ସଦସ୍ୟମାନେ ଆଲୋଚନାରେ ଅଂଶଗ୍ରହଣ କରି ଡାକ୍ତର ଅଭାବ ନେଇ ଚିନ୍ତା ପ୍ରକଟ କରିଥିଲେ। ଏହାର ଗୁରୁତ୍ୱ ଉପଲବ୍ଧି କରି ଖାଲିପଡିଥିବା ଚିକିତ୍ସିକ, ଫାର୍ମାସିଷ୍ଟ, ଷ୍ଟାଫ ନର୍ସ, ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ଓ ଚତୁର୍ଥ ଶ୍ରେଣୀ ପଦବୀଗୁଡିକ ବହୁଶୀଘ୍ର ପୂରଣ କରାଯିବ ବୋଲି ବିଧାୟକ ସାହୁ ପ୍ରତିଶ୍ରୁତି ଦେଇଥିଲେ। ଏବେ ପୂରଣ ହୋଇଛି ଏବଂ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଧାୟକଙ୍କ ପ୍ରସ୍ତାବକ୍ରମେ ରାଜ୍ୟ ସରକାର ଆମ ହସ୍ପିଟାଲ ଯୋଜନାରେ ସାମିଲ କରିଛନ୍ତି। ଗୁରୁବାର ନବନିଯୁକ୍ତ ଡାକ୍ତରମାନେ କାର୍ଯ୍ୟରେ ଯୋଗଦେବେ ବୋଲି ବ୍ଲକ ମୁଖ୍ୟ ଚିକିତ୍ସାଧିକାରୀ ଡା. ଦେବଦତ୍ତ ଦାସ ସୂଚନା ପ୍ରଦାନ କରିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଖୋର୍ଦ୍ଧା View All
ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ
ନୂଆଦିଲ୍ଲୀ,୩୧।୩: ଆଇପିଏଲ୍ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…
ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…
ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…
ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…
ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…
ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍କୁ ନିଜେ ଦଖଲ କର’
ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
Archives

