ବୋଲଗଡ଼ର ସବୁ ମେଡିକାଲରେ ଡାକ୍ତର ନିଯୁକ୍ତ

ବୋଲଗଡ,୨୯।୬(ଦେବବ୍ରତ ହୋତା)ସ୍ଥାନୀୟ ବିଧାୟକଙ୍କ ପ୍ରତିଶ୍ରୁତି ମୁତାବକ ସୁଧୁରିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସ୍ବାସ୍ଥ୍ୟସେବା। ନୂଆ ଡାକ୍ତର ନିଯୁକ୍ତ ହେବା ସହ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲ ଯୋଜନାରେ ସାମିଲ କରାଯାଇଛି। ବୋଲଗଡ ବ୍ଲକ ଅନ୍ତର୍ଗତ ସମୁଦାୟ ୮ଟି ମେଡିକାଲରେ ଖାଲିଥିବା ଡାକ୍ତର ପଦବୀ ପୂରଣ କରାଯାଇଛି। ତାଳତୁମ୍ବ ଓ ଦେଉଳି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଥିବାବେଳେ ଦୀର୍ଘଦିନ ଧରି ଖାଲିପଡିଥିବା ପିଚୁକୁଳି, ମାଣିବନ୍ଧ, ଗୌଡନୂଆଗାଁ ଓ ମାଣିକାଗୋଡା ଆଦି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଲେଖାଏ ଓ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨ଜଣ ଡାକ୍ତରଙ୍କୁ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି। ମଙ୍ଗଳବାର ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଆର୍ତ୍ତବନ୍ଧୁ ନାୟକ ନବନିଯୁକ୍ତ ଡାକ୍ତରମାନଙ୍କ ସହ ଆଲୋଚନା କରି ନିଯୁକ୍ତି ସ୍ଥାନ ପ୍ରଦାନ କରିଛନ୍ତି। ସେହି କ୍ରମରେ ଡା. ସମିଧା ଦାସ ପିଚୁକୁଳି ପିଏଚ୍‌ସି, ଡା. ଜ୍ୟୋତ୍ସ୍ନାରାଣୀ ରାଉତ ଗୌଡନୂଆଗାଁ ପିଏଚସି, ଡା. ବିଶ୍ବଜିତ ମୁଦୁଲି ମାଣିବନ୍ଧ ପିଏଚସି, ଡା. ତ୍ୱେସା ପଣ୍ଡା ମାଣିକାଗୋଡା ପିଏଚସିରେ ଏବଂ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡା.ମହମଦ ଅବଦୁଲ ମୁଜିବ ଓ ଡା. ରୁତାୟନି ମିଶ୍ର ପ୍ରମୁଖ ଯୋଗଦେବେ। ଉଲ୍ଲେଖଯୋଗ୍ୟ, ଦୀର୍ଘଦିନ ଧରି ଡାକ୍ତର ଅଭାବ ନେଇ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୋଲଗଡ ବ୍ଲକ ଅଞ୍ଚଳରେ ଅସନ୍ତୋଷ ଲାଗି ରହିଥିଲା, ଏଥିନେଇ ଗତ ନଭେମ୍ବରରେ ବୋଲଗଡ ମିନିଷ୍ଟାଡିୟମରେ ବ୍ଲକସ୍ତରୀୟ ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ବିଧାୟକ ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବାଙ୍କୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ଦୁର୍ଗାପ୍ରସାଦ ଜେନା, ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ରତିରଞ୍ଜନ ଷଣ୍ଢ ପ୍ରମୁଖଙ୍କ ସମେତ ବ୍ଲକ ଅଧ୍ୟକ୍ଷା, ବିଡିଓ, ତହସିଲଦାର, ବିଇଓ, ସିଡିପିଓ ଓ ରୋଗୀ କଲ୍ୟାଣ ସମିତି ସଦସ୍ୟମାନେ ଆଲୋଚନାରେ ଅଂଶଗ୍ରହଣ କରି ଡାକ୍ତର ଅଭାବ ନେଇ ଚିନ୍ତା ପ୍ରକଟ କରିଥିଲେ। ଏହାର ଗୁରୁତ୍ୱ ଉପଲବ୍ଧି କରି ଖାଲିପଡିଥିବା ଚିକିତ୍ସିକ, ଫାର୍ମାସିଷ୍ଟ, ଷ୍ଟାଫ ନର୍ସ, ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ଓ ଚତୁର୍ଥ ଶ୍ରେଣୀ ପଦବୀଗୁଡିକ ବହୁଶୀଘ୍ର ପୂରଣ କରାଯିବ ବୋଲି ବିଧାୟକ ସାହୁ ପ୍ରତିଶ୍ରୁତି ଦେଇଥିଲେ। ଏବେ ପୂରଣ ହୋଇଛି ଏବଂ ବୋଲଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଧାୟକଙ୍କ ପ୍ରସ୍ତାବକ୍ରମେ ରାଜ୍ୟ ସରକାର ଆମ ହସ୍ପିଟାଲ ଯୋଜନାରେ ସାମିଲ କରିଛନ୍ତି। ଗୁରୁବାର ନବନିଯୁକ୍ତ ଡାକ୍ତରମାନେ କାର୍ଯ୍ୟରେ ଯୋଗଦେବେ ବୋଲି ବ୍ଲକ ମୁଖ୍ୟ ଚିକିତ୍ସାଧିକାରୀ ଡା. ଦେବଦତ୍ତ ଦାସ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri