ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଏନେଇ ଗତ ୩୦ ତାରିଖରେ କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡା. ନାଥଙ୍କ ବିରୋଧରେ ୧୯୯୬ ମେ ୧୦ରେ ବାଲେଶ୍ୱର ଭିଜିଲାନ୍ସ ଡିଭିଜନରେ ଏକ ମାମଲା (ନଂ.୧୬/୯୬) ରୁଜୁ ହୋଇଥିଲା। ତଦନ୍ତ ପରେ ୧୯୯୯ ସେପ୍ଟେମ୍ବର ୨୮ରେ ଭିଜିଲାନ୍ସ କୋର୍ଟରେ ଚାର୍ଜଶିିଟ ଦାଖଲ କରାଯାଇଥିଲା। ପରେ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଭିଜିଲାନ୍ସ ପକ୍ଷରୁ କଟକ ସ୍ବତନ୍ତ୍ର କୋର୍ଟରେ ଏକ ମାମଲା (ନଂ. ୦୨/୨୦୧୯) ରୁଜୁ ହୋଇଥିଲା। କୋର୍ଟ ଏହି ମାମଲାର ବିଚାର କରି ନାଥଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ବାଲେଶ୍ୱର ଭିଜିଲାନ୍ସ ଡିଏସ୍‌ପି ଲମ୍ବୋଦର ପାତ୍ର ଏହି ମାମଲାର ତଦନ୍ତ କରୁଥିବାବେଳେ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗିରିଜା ପ୍ରସାଦ ପଟ୍ଟନାୟକ ଏହାକୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?