ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍‌ରେ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ (ଓମ୍‌ସା) ଅଟଳ ରହିଛି। ଫଳରେ ୩ଦିନ ହେବ ସରକାରୀ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ସମେତ ଡାକ୍ତରଖାନାରେ ରୋଗୀସେବା ଗୁରୁତର ପ୍ରଭାବିତ ହୋଇଛି। ଆନ୍ଦୋଳନ ଯୋଗୁ ଚିକିତ୍ସା ସେବା ଏକପ୍ରଭାର ଠପ୍‌ ହୋଇଯାଇଥିବାବେଳେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ଆସୁଛି। ଏପରିକି ବ୍ୟବଚ୍ଛେଦ ହୋଇ ନ ପାରି ମୃତଦେହ ୫୦ ଘଣ୍ଟା ଧରି ପଡି ରହିବା ଭଳି ଘଟଣା ନଜରକୁ ଆସିଛି। ସ୍ଥିତି ବିଗିଡି ଯାଉଥିବାବେଳେ ସମାଧାନ ବାଟ ବାହାର କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓମ୍‌ସା ସଭାପତି ଏବଂ ସାଧାରଣ ସମ୍ପାଦକଙ୍କୁ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି। ଶନିବାର ପୂର୍ବାହ୍ନ ୧୧ଟା ୩୦ରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ଚିଠିରେ ଉଲ୍ଲେଖ ରହିଛି। ଆନ୍ଦୋଳନ ବନ୍ଦ କରି ଆଲୋଚନାରେ ଯୋଗ ଦେବାକୁ ଆହ୍ବାନ କରାଯାଇଛି। ଏଥିସହିତ ଡାକ୍ତରମାନଙ୍କ ବିଭିନ୍ନ ଦାବି ଓ ସମସ୍ୟା ଉପରେ ଆଲୋଚନା କରି ପରସ୍ପର ସହମତି ଭିତ୍ତିରେ ସମାଧାନର ରାସ୍ତା
ବାହାର କରିବାକୁ ସରକାର ଉଦ୍ୟମ କରୁଛନ୍ତି। ତେବେ ବୈଠକରେ ଓମ୍‌ସା ପକ୍ଷରୁ କେଉଁସବୁ ପ୍ରସଙ୍ଗ ଉଠାଯିବ ଏବଂ ସରକାର କେଉଁ ପ୍ରସ୍ତାବ ରଖିବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି।

ଅପରପକ୍ଷେ ସ୍ବାସ୍ଥ୍ୟମନ୍ତ୍ରୀ ଲିଖିତ ଭାବେ ପ୍ରତିଶ୍ରୁତି ଦେଲେ ଆନ୍ଦୋଳନ ସ୍ଥଗିତ କରାଯିବ, ଅନ୍ୟଥା ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଓମ୍‌ସା ସଭାପତି ଡା. କିଶୋର ଚନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି। ଗୋଟେପଟେ ସରକାର ଆନ୍ଦୋଳନ ସ୍ଥଗିତ ରଖିବାକୁ ଡାକ୍ତରମାନଙ୍କୁ ନାଲି ଆଖି ଦେଖାଇଥିଲେ ହେଁ ସେମାନେ ଏହାକୁ ଖାତିର୍‌ କରି ନାହାନ୍ତି। ସରକାର ଦରମା ବନ୍ଦ କରିବାଠାରୁ ଆରମ୍ଭ କରି ଯେ କୌଣସି ପଦକ୍ଷେପ ନେଲେ ମଧ୍ୟ ଆମେ ପ୍ରସ୍ତୁତ ଅଛୁ। ରୋଗୀଙ୍କ ଜୀବନ ଗଲେ ସରକାର ଦାୟୀ ରହିବେ ବୋଲି ଡା. ମିଶ୍ର କହିଛନ୍ତି।
ଅପରପକ୍ଷେ ଡାକ୍ତରଙ୍କ ଆନ୍ଦୋଳନ ପାଇଁ ରାଜ୍ୟରେ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି। କ୍ୟାପିଟାଲ ହସ୍ପିଟାଲ, ବୁର୍ଲା, ଭିମ୍‌ସାର୍‌ ଭଳି ବଡ ବଡ ମେଡିକାଲରେ ଜୁନିୟର ଡାକ୍ତରଙ୍କ ଭରସାରେ ଓପିଡି ଚାଲିଛି। ସେହିପରି ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଆୟୁଷ, ଏମ୍‌ଏଚ୍‌ୟୁ ଏବଂ ଆର୍‌ବିଏସ୍‌କେ ଡାକ୍ତରମାନେ ଦାୟିତ୍ୱ ତୁଲାଉଛନ୍ତି। ଡାକ୍ତରଙ୍କ ଆନ୍ଦୋଳନ ପାଇଁ କେଉଁଠି ଶବ ବ୍ୟବଚ୍ଛେଦ ହୋଇ ନ ପାରି ଘଣ୍ଟା ଘଣ୍ଟା ମେଡିକାଲରେ ପଡି ରହୁଛି ତ ଆଉ କେଉଁଠି ରୋଗୀର ଉପଯୁକ୍ତ ଚିକିତ୍ସା ନ ପାଇ ମୃତ୍ୟୁବରଣ ହୋଇଛି। ଶୁକ୍ରବାର ବଲାଙ୍ଗୀର ଜିଲା ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାରେ ୪ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେହିପରି ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୬ମାସର ଗର୍ଭବତୀ ମହିଳା ଅଲଟ୍ରାସାଉଣ୍ଡ୍‌ କରି ନ ପାରି ଫେରିଯାଇଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିବାବେଳେ ଡାକ୍ତରମାନେ କିନ୍ତୁ ନିଜ ଦାବି ପୂରଣ ନେଇ ଜିଦ୍‌ ଧରି ବସିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?