ଡାକ୍ତରଙ୍କ ଆନ୍ଦୋଳନ: ସରକାର ଲଗାଇଲେ ‘ଏସ୍‌ମା’

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ସ୍ବତନ୍ତ୍ର ସଚିବ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେଥିରେ ସଚିବ ଦର୍ଶାଇଛନ୍ତି, ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଡାକ୍ତର, ନର୍ସିଂ ଅଫିସର, ଫାର୍ମାସୀ ଅଫିସର, ଅନ୍ୟାନ୍ୟ ପାରାମେଡିକାଲ କର୍ମଚାରୀ, ଟେକ୍ନିସିଆନ, ଶ୍ରେଣୀ-୩ ଓ ୪ କର୍ମଚାରୀ ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ସମେତ ରାଜ୍ୟର ସରକାରୀ ହସ୍ପିଟାଲ ଓ ଡିସ୍‌ପେନ୍‌ସେରିରେ ଚିକିତ୍ସା ସେବା ଓ ପରିଚାଳନା ସହ ସଂପୃକ୍ତ ସେବା/ନିଯୁକ୍ତିରେ କାମ ବନ୍ଦ କରି ଆନ୍ଦୋଳନ କରିବାକୁ ନିଷେଧ କରିଛନ୍ତି, ଯାହାଦ୍ୱାରା ରାଜ୍ୟର ସ୍ବାସ୍ଥ୍ୟସେବା ଅବ୍ୟାହତ ରହିବ ଏବଂ ଲୋକେ ବିଶେଷ ଭାବେ ଉପକୃତ ହୋଇପାରିବେ। ମାତ୍ର ଡାକ୍ତରୀ ସଂଘ ପକ୍ଷରୁ କେତେକ ଦାବି ନେଇ ଏବେ ଆନ୍ଦୋଳନ ଚାଲୁରହିଛି। ଏହାଦ୍ୱାରା ଜନସାଧାରଣ ସ୍ବାସ୍ଥ୍ୟସେବାରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଓଡ଼ିଶା ଜରୁରୀ ସେବା ଆଇନ-୧୯୮୮ (ଓଡ଼ିଶା ଆଇନ-୯, ୧୯୯୨)ର ଧାରା-୩ର ଉପଧାରା(୧) ସହ ଧାରା-୨ ଦ୍ୱାରା ପ୍ରଦତ୍ତ କ୍ଷମତାର ବ୍ୟବହାର କରିଛନ୍ତି। ଫଳରେ ଉପରୋକ୍ତ ବର୍ଗର ସ୍ବାସ୍ଥ୍ୟ ଅଧିକାରୀ ଓ କର୍ମଚାରୀମାନେ ଯେପରି ଆନ୍ଦୋଳନକୁ ନ ଓହ୍ଲାଇବେ ତାହାକୁ ଦୃଷ୍ଟିରେ ରଖି ଏହି ଜରୁରୀ ନିର୍ଦ୍ଦେଶନାମା ଜାରି କରାଯାଉଛି। ଏହି ଆଦେଶ ଆସନ୍ତା ୬ ମାସ ପାଇଁ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶନାମାରେ ସ୍ବତନ୍ତ୍ର ସଚିବ ଦର୍ଶାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri