Posted inଜାତୀୟ

ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ମମତାଙ୍କୁ ସିଧା ଟାର୍ଗେଟ କଲେ ଡାକ୍ତରଙ୍କ ମାଆ, କହିଲେ ମମତା ଫେଲ୍‌

କୋଲକାତା,୧୭।୮: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଅବସ୍ଥିତ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାକୁ ନେଇ ସାରା ଦେଶବାସୀଙ୍କ କମ୍ପନ ସୃଷ୍ଟି ହୋଇଛି। ଏହି ଭୟଙ୍କର ଘଟଣାକୁ ନେଇ ସାରା ଦେଶରେ ଡାକ୍ତର ଦୀର୍ଘ ୪ଦିନ ଧରି ଆନ୍ଦୋଳନ କରୁଛନ୍ତି । ବର୍ତ୍ତମାନ ଏହି ମାମଲାରେ ନିର୍ଭୟାଙ୍କ ମା’ ଆଶା ଦେବୀ ମୁହଁ ଫିଟାଇଛନ୍ତି। ଆଶାଦେବୀ ନିଜର ପ୍ରଥମ ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ ଘେରିଛନ୍ତି।

ସେ କହିଛନ୍ତି, ମମତା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଫଳ ହେଉଛନ୍ତି, ତେଣୁ ସେ ତାଙ୍କ ପଦରୁ ଇସ୍ତଫା ଦିଅନ୍ତୁ। ୨୦୧୨ରେ, ଦେଶର ରାଜଧାନୀ ଦିଲ୍ଲୀରେ ସେହିପରି ଏକ ଲୋମ ଟାଙ୍କୁରା ଘଟଣା ଘଟିଥିଲା। ଏହି ଘଟଣା ବିରୋଧରେ ସାରା ଦେଶରେ ତୀବ୍ର ବିରୋଧ କରାଯାଇଥିଲା। ଲୋକଙ୍କ ରାଗ ଦେଖି ସରକାରଙ୍କୁ ମହିଳାଙ୍କ ସୁରକ୍ଷାକୁ ନେଇ କଡା ଆଇନ ପ୍ରଣୟନ କରିବାକୁ ପଡିଲା।

ଟ୍ରେନି ଡାକ୍ତରଙ୍କୁ ଅତି ନିର୍ଦ୍ଦୟ ଭାବରେ ବଳାତ୍କାର ପରେ ହତ୍ୟା କରାଯାଇଛି। ଏହାକୁ ବିରୋଧ କରି ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ନ୍ୟୁଜ ଏଜେନ୍ସି ପିଟିଆଇ ସହ କଥାବାର୍ତ୍ତା ବେଳେ ଆଶା ଦେବୀ କହିଛନ୍ତି ଯେ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧ ପ୍ରଦର୍ଶନ କରି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି।

ନିର୍ଭୟାଙ୍କ ମା ଆଶା ଦେବୀ ସିଏମ ମମତାଙ୍କୁ ବଡ଼ା ସମାଲୋଚନା କରି କହିଛନ୍ତି, ମମତା ବାନାର୍ଜୀ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ତାଙ୍କ ଅଧିକାରକୁ ବ୍ୟବହାର କରିବା ପରିବର୍ତ୍ତେ ଜନସାଧାରଣଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏହି ପ୍ରସଙ୍ଗରୁ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ମମତା ବିରୋଧ ପ୍ରଦର୍ଶନ କରୁଛନ୍ତି। ସେ ନିଜେ ଜଣେ ମହିଳା। ରାଜ୍ୟ ମୁଖ୍ୟ ଭାବରେ ନିଜର ଦାୟିତ୍ୱ ପୂରଣ କରି ସେ ଦୋଷୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ। ସେ ଇସ୍ତଫା ଦେବା ଉଚିତ, କାରଣ ସେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri