ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଭେଟିଲେ ଡାକ୍ତର, କର୍ମଚାରୀ

ସୁନ୍ଦରଗଡ଼,୧୩।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସରକାରୀ ମେଡ଼ିକାଲ ପରିସରରେ ଥିବା ଅତ୍ୟାଧୁନିକ ଭୌତିକ ଚିକିତ୍ସା କେନ୍ଦ୍ରର ଡାକ୍ତର ଓ କର୍ମଚାରୀଙ୍କୁ ୨ ମାସ ହେଲା ଦରମା ମିଳୁନି। ଏ ନେଇ ବାରମ୍ବାର ଦାବି ପରେ ଦରମା ମିଳୁ ନ ଥିବାରୁ ଶୁକ୍ରବାରଠାରୁ ଏଠାରେ କାର୍ଯ୍ୟରତ ଡାକ୍ତର ଓ କର୍ମଚାରୀ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରୁଛନ୍ତି। ଏଥିସହ ସେମାନେ ପୁଣି ଜିଲା ପ୍ରଶାସନର ଦ୍ବାରସ୍ଥ ହୋଇଛନ୍ତି। ସାମାଜିକ କର୍ମୀ ଡାକ୍ତର ହିମାନଂଶୁ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏହି ଡାକ୍ତର ଓ କର୍ମଚାରୀମାନେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ ହାଓ୍ବାଡା ସିଂଙ୍କୁ ଭେଟି ଦରମା ନ ପାଇ କିଭଳି ହଇରାଣ ହେଉଛନ୍ତି ସେ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ତୁରନ୍ତ ଦରମା ପ୍ରଦାନ ଦିଗରେ ପ୍ରଶାସନ ତରଫରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛନ୍ତି। ଡାକ୍ତର ଓ କର୍ମଚାରୀ ଅଭିଯୋଗ କରିଛନ୍ତି ଯେ, ଜିଲା ଖଣିଜ ପ୍ରତଷ୍ଠାନ ପାଣ୍ଠି ସହାୟତାରେ ପରିଚାଳିତ ଏହି ଅତ୍ୟାଧୁନିକ ଭୌତିକ ଚିକିତ୍ସା କେନ୍ଦ୍ରର ପରିଚାଳନା ଦାୟିତ୍ୱ ଦିଲ୍ଲୀର ଏକ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଦିଆଯାଇଛି। ହେଲେ ଏଠାରେ କାର୍ଯ୍ୟରତ ୨୧ ଡାକ୍ତର ଓ କର୍ମଚାରୀଙ୍କୁ ନିୟମିତଭାବେ ଦରମା ମିଳୁ ନାହିଁ। ଗତ ୨ମାସ ହେବ ଦରମା ମିଳି ନଥିବାରୁ ବାହାରୁ ଆସି ଏଠାରେ କାର୍ଯ୍ୟ କରୁଥିବା ଡାକ୍ତର ଓ କର୍ମଚାରୀ ଘରଭଡ଼ା ଦେଇ ପାରୁନଥିବା ସହ ଚଳିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିୟମିତ ଦରମା ମିଳୁ ନଥିବା ନେଇ ପୂର୍ବରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଦିନେ ଦୁଇଦିନ ମଧ୍ୟରେ ଦରମା ମିଳିବା ନେଇ ସେ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏଥି ମଧ୍ୟରେ ୧୫ଦିନ ବିତିଯାଇଥିଲେ ମଧ୍ୟ ସେହି ସଂସ୍ଥା ଦରମା ପ୍ରଦାନ କରି ନାହିଁ। ଅନ୍ୟ ପକ୍ଷରେ ରୋଗୀଙ୍କ ଅସୁବିଧାକୁ ଆଖି ଆଗରେ ରଖି ଡାକ୍ତର ଓ କର୍ମଚାରୀ କଳାବ୍ୟାଚ ପରିଧାନ କରି କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri