ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଭେଟିଲେ ଡାକ୍ତର, କର୍ମଚାରୀ

ସୁନ୍ଦରଗଡ଼,୧୩।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସରକାରୀ ମେଡ଼ିକାଲ ପରିସରରେ ଥିବା ଅତ୍ୟାଧୁନିକ ଭୌତିକ ଚିକିତ୍ସା କେନ୍ଦ୍ରର ଡାକ୍ତର ଓ କର୍ମଚାରୀଙ୍କୁ ୨ ମାସ ହେଲା ଦରମା ମିଳୁନି। ଏ ନେଇ ବାରମ୍ବାର ଦାବି ପରେ ଦରମା ମିଳୁ ନ ଥିବାରୁ ଶୁକ୍ରବାରଠାରୁ ଏଠାରେ କାର୍ଯ୍ୟରତ ଡାକ୍ତର ଓ କର୍ମଚାରୀ କଳା ବ୍ୟାଚ ପରିଧାନ କରି କାର୍ଯ୍ୟ କରୁଛନ୍ତି। ଏଥିସହ ସେମାନେ ପୁଣି ଜିଲା ପ୍ରଶାସନର ଦ୍ବାରସ୍ଥ ହୋଇଛନ୍ତି। ସାମାଜିକ କର୍ମୀ ଡାକ୍ତର ହିମାନଂଶୁ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏହି ଡାକ୍ତର ଓ କର୍ମଚାରୀମାନେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ ହାଓ୍ବାଡା ସିଂଙ୍କୁ ଭେଟି ଦରମା ନ ପାଇ କିଭଳି ହଇରାଣ ହେଉଛନ୍ତି ସେ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ତୁରନ୍ତ ଦରମା ପ୍ରଦାନ ଦିଗରେ ପ୍ରଶାସନ ତରଫରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛନ୍ତି। ଡାକ୍ତର ଓ କର୍ମଚାରୀ ଅଭିଯୋଗ କରିଛନ୍ତି ଯେ, ଜିଲା ଖଣିଜ ପ୍ରତଷ୍ଠାନ ପାଣ୍ଠି ସହାୟତାରେ ପରିଚାଳିତ ଏହି ଅତ୍ୟାଧୁନିକ ଭୌତିକ ଚିକିତ୍ସା କେନ୍ଦ୍ରର ପରିଚାଳନା ଦାୟିତ୍ୱ ଦିଲ୍ଲୀର ଏକ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଦିଆଯାଇଛି। ହେଲେ ଏଠାରେ କାର୍ଯ୍ୟରତ ୨୧ ଡାକ୍ତର ଓ କର୍ମଚାରୀଙ୍କୁ ନିୟମିତଭାବେ ଦରମା ମିଳୁ ନାହିଁ। ଗତ ୨ମାସ ହେବ ଦରମା ମିଳି ନଥିବାରୁ ବାହାରୁ ଆସି ଏଠାରେ କାର୍ଯ୍ୟ କରୁଥିବା ଡାକ୍ତର ଓ କର୍ମଚାରୀ ଘରଭଡ଼ା ଦେଇ ପାରୁନଥିବା ସହ ଚଳିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିୟମିତ ଦରମା ମିଳୁ ନଥିବା ନେଇ ପୂର୍ବରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଦିନେ ଦୁଇଦିନ ମଧ୍ୟରେ ଦରମା ମିଳିବା ନେଇ ସେ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏଥି ମଧ୍ୟରେ ୧୫ଦିନ ବିତିଯାଇଥିଲେ ମଧ୍ୟ ସେହି ସଂସ୍ଥା ଦରମା ପ୍ରଦାନ କରି ନାହିଁ। ଅନ୍ୟ ପକ୍ଷରେ ରୋଗୀଙ୍କ ଅସୁବିଧାକୁ ଆଖି ଆଗରେ ରଖି ଡାକ୍ତର ଓ କର୍ମଚାରୀ କଳାବ୍ୟାଚ ପରିଧାନ କରି କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri