ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର ଡାକ୍ତର ଓ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନା ଅନୁସାରେ ସକାଳ ୮ ଘଣ୍ଟା ସମୟରେ ମେଡ଼ିକାଲ ଅଫିସରଙ୍କ ବାସଭବନକୁ ୫ଜଣ ଅଚିହ୍ନା ବ୍ୟକ୍ତି ପଶି ତୁମେ ଅଫିସ ନ ଯାଇ ଘରେ କାହିଁକି ରୋଗୀ ଦେଖୁଛ, ହସ୍ପିଟାଲ ଆଉଟଡୋରରେ କେହି ଡାକ୍ତର ନାହାନ୍ତି କହି ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଥିଲେ। ପରେ ଆଉଟଡୋରକୁ ଯାଇ ଡାକ୍ତରମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାର କଥା କହି ଧମକଚମକ ଦେଇଥିଲେ। ଏହାକୁ ନେଇ ଡାକ୍ତର, କର୍ମଚାରୀ ସିଡ଼ିଏମ୍‌ଓଙ୍କୁ ଅବଗତ କରି ଧାରଣାରେ ବସିଥିଲେ। ଏଥିଯୋଗୁ ରୋଗୀସେବା ବ୍ୟାହତ ହୋଇଥିଲା। ଖବର ପାଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ନିହାର ରଞ୍ଜନ ପଣ୍ଡା ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ଡାକ୍ତର, କର୍ମଚାରୀ ଧାରଣାରୁ ଉଠି ନିଜ କାର୍ଯ୍ୟରେ ଯୋଗଦେଇଥିଲେ। ଏ ସଂକ୍ରାନ୍ତରେ ମେଡ଼ିକାଲ ଅଫିସର ତଥା ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଜ୍ଞା ପ୍ରତିଶ୍ରୁତି ମାଝୀଙ୍କୁ ପଚାରିବାରୁ ମୁଁ ସକାଳ ୮ଟାରେ କ୍ବାର୍ଟର୍ସରେ ଥିବାବେଳେ ହଠାତ୍‌ ୫ ଜଣ ଅଚିହ୍ନା ଲୋକ ଦୁର୍ବ୍ୟବହାର କରିଥିଲେ। ରୋଗୀ ଦେଖି ୧୦ଟାରେ ଅଫିସ ଯିବି, ଯଦି ଅଭିଯୋଗ କରିବାର ଅଛି କମ୍ପ୍ଲେନ ବାକ୍ସରେ ଦେଇପାରିବେ ବୋଲି କହିଥିଲି। ଆଉଟଡୋର ଡାକ୍ତରଙ୍କୁ ମଧ୍ୟ ବିଭିନ୍ନ କଥା କହିଥିଲେ, ସେଥିପାଇଁ ସିଡ଼ିଏମ୍‌ଓଙ୍କୁ ଜଣାଇ ଧାରଣାରେ ବସିଥିଲୁ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri